< ହିତୋପଦେଶ 30 >
1 ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ:
Misemo ya Aguri mwana wa Yake, usia: Huyu mtu alimwambia Ithieli, naam, kwa Ithieli na kwa Ukali:
2 ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।
“Mimi ni mjinga kuliko wanadamu wote; sina ufahamu wa kibinadamu.
3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।
Sijajifunza hekima, wala sina maarifa ya kumjua yeye Aliye Mtakatifu.
4 କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।
Ni nani ameshapanda mbinguni na kushuka? Ni nani ameshakusanya upepo kwenye vitanga vya mikono yake? Ni nani ameshafungia maji kwenye nguo yake? Ni nani ameimarisha miisho yote ya dunia? Jina lake ni nani, na mwanawe anaitwa nani? Niambie kama unajua!
5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
“Kila neno la Mungu ni kamilifu; yeye ni ngao kwa wale wanaomkimbilia.
6 ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
Usiongeze kwenye maneno yake, ama atakukemea na kukuthibitisha kuwa mwongo.
7 ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ।
“Ninakuomba vitu viwili, Ee Bwana; usininyime kabla sijafa:
8 ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
Uutenge mbali nami udanganyifu na uongo; usinipe umaskini wala utajiri, bali unipe chakula cha kunitosha kila siku.
9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
Nisije nikawa na vingi vya kuzidi nikakukana na kusema, ‘Bwana ni nani?’ Au nisije nikawa maskini nikaiba, nami nikaliaibisha jina la Mungu wangu.
10 ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
“Usimchongee mtumishi kwa bwana wake, asije akakulaani, ukapatilizwa kwalo.
11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
“Wako watu wale ambao huwalaani baba zao na wala hawawabariki mama zao;
12 ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
wale ambao ni safi machoni pao wenyewe kumbe hawakuoshwa uchafu wao;
13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
wale ambao daima macho yao ni ya kiburi, ambao kutazama kwao ni kwa dharau;
14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
wale ambao meno yao ni panga na ambao mataya yao yamewekwa visu kuwaangamiza maskini katika nchi, na wahitaji kutoka miongoni mwa wanadamu.
15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।”
“Mruba anao binti wawili waliao, ‘Nipe! Nipe!’ “Kuna vitu vitatu visivyotosheka kamwe, naam, viko vinne visivyosema, ‘Yatosha!’:
16 ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା। (Sheol )
Ni kaburi, tumbo lisilozaa, nchi isiyoshiba maji kamwe, na moto, usiosema kamwe, ‘Yatosha!’ (Sheol )
17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
“Jicho lile limdhihakilo baba, lile linalodharau kumtii mama, litangʼolewa na kunguru wa bondeni, litaliwa na tai.
18 ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
“Kuna vitu vitatu vinavyonishangaza sana, naam, vinne nisivyovielewa:
19 ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
Ni mwendo wa tai katika anga, mwendo wa nyoka juu ya mwamba, mwendo wa meli katika maji makuu ya bahari, nao mwendo wa mtu pamoja na msichana.
20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
“Huu ndio mwendo wa mwanamke mzinzi, hula akapangusa kinywa chake na kusema, ‘Sikufanya chochote kibaya.’
21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହିପାରେ ନାହିଁ;
“Kwa mambo matatu nchi hutetemeka, naam, kwa mambo manne haiwezi kuvumilia:
22 ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
Mtumwa awapo mfalme, mpumbavu ashibapo chakula,
23 ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
mwanamke asiyependwa aolewapo, naye mtumishi wa kike achukuapo nafasi ya bibi yake.
24 ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
“Vitu vinne duniani vilivyo vidogo, lakini vina akili nyingi sana:
25 ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
Mchwa ni viumbe wenye nguvu ndogo, hata hivyo hujiwekea akiba ya chakula chao wakati wa kiangazi.
26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
Pelele ni viumbe vyenye uwezo mdogo hata hivyo hujitengenezea nyumba zao kwenye miamba.
27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
Nzige hawana mfalme, hata hivyo huenda pamoja vikosi vikosi.
28 ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
Mjusi anaweza kushikwa kwa mkono, hata hivyo huonekana katika majumba ya kifalme.
29 ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
“Viko vitu vitatu ambavyo vinapendeza katika mwendo wao, naam, vinne ambavyo hutembea kwa mwendo wa madaha:
30 ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
simba, mwenye nguvu miongoni mwa wanyama, asiyerudi nyuma kwa chochote;
31 ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
jogoo atembeaye kwa maringo, pia beberu, naye mfalme pamoja na jeshi lake lililomzunguka.
32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
“Ikiwa umefanya upumbavu na ukajitukuza mwenyewe, au kama umepanga mabaya, basi funika mdomo wako na mkono wako.
33 କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।
Kwa maana kama vile kusukasuka maziwa hutoa siagi, na pia kule kufinya pua hutoa damu, kadhalika kuchochea hasira hutokeza ugomvi.”