< ହିତୋପଦେଶ 31 >

1 ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।
דִּ֭בְרֵי לְמוּאֵ֣ל מֶ֑לֶךְ מַ֝שָּׂ֗א אֲ‍ֽשֶׁר־יִסְּרַ֥תּוּ אִמֹּֽו׃
2 ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର, ହେ ମୋʼ ମାନତର ପୁତ୍ର, କଅଣ କହିବି?
מַה־בְּ֭רִי וּמַֽה־בַּר־בִּטְנִ֑י וּ֝מֶה בַּר־נְדָרָֽי׃
3 ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।
אַל־תִּתֵּ֣ן לַנָּשִׁ֣ים חֵילֶ֑ךָ וּ֝דְרָכֶ֗יךָ לַֽמְחֹ֥ות מְלָכִֽין׃
4 ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।
אַ֤ל לַֽמְלָכִ֨ים ׀ לְֽמֹואֵ֗ל אַ֣ל לַֽמְלָכִ֣ים שְׁתֹו־יָ֑יִן וּ֝לְרֹוזְנִ֗ים אֹו (אֵ֣י) שֵׁכָֽר׃
5 ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
פֶּן־יִ֭שְׁתֶּה וְיִשְׁכַּ֣ח מְחֻקָּ֑ק וִֽ֝ישַׁנֶּה דִּ֣ין כָּל־בְּנֵי־עֹֽנִי׃
6 ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।
תְּנוּ־שֵׁכָ֣ר לְאֹובֵ֑ד וְ֝יַיִן לְמָ֣רֵי נָֽפֶשׁ׃
7 ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
יִ֭שְׁתֶּה וְיִשְׁכַּ֣ח רִישֹׁ֑ו וַ֝עֲמָלֹ֗ו לֹ֣א יִזְכָּר־עֹֽוד׃
8 ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
פְּתַח־פִּ֥יךָ לְאִלֵּ֑ם אֶל־דִּ֝֗ין כָּל־בְּנֵ֥י חֲלֹֽוף׃
9 ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
פְּתַח־פִּ֥יךָ שְׁפָט־צֶ֑דֶק וְ֝דִ֗ין עָנִ֥י וְאֶבְיֹֽון׃ פ
10 ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।
אֵֽשֶׁת־חַ֭יִל מִ֣י יִמְצָ֑א וְרָחֹ֖ק מִפְּנִינִ֣ים מִכְרָֽהּ׃
11 ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।
בָּ֣טַח בָּ֭הּ לֵ֣ב בַּעְלָ֑הּ וְ֝שָׁלָ֗ל לֹ֣א יֶחְסָֽר׃
12 ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।
גְּמָלַ֣תְהוּ טֹ֣וב וְלֹא־רָ֑ע כֹּ֝֗ל יְמֵ֣י חַיֶּֽיה׃
13 ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।
דָּ֭רְשָׁה צֶ֣מֶר וּפִשְׁתִּ֑ים וַ֝תַּ֗עַשׂ בְּחֵ֣פֶץ כַּפֶּֽיהָ׃
14 ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।
הָ֭יְתָה כָּאֳנִיֹּ֣ות סֹוחֵ֑ר מִ֝מֶּרְחָ֗ק תָּבִ֥יא לַחְמָֽהּ׃
15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।
וַתָּ֤קָם ׀ בְּעֹ֬וד לַ֗יְלָה וַתִּתֵּ֣ן טֶ֣רֶף לְבֵיתָ֑הּ וְ֝חֹ֗ק לְנַעֲרֹתֶֽיהָ׃
16 ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।
זָמְמָ֣ה שָׂ֭דֶה וַתִּקָּחֵ֑הוּ מִפְּרִ֥י כַ֝פֶּ֗יהָ נְטַע (נָ֣טְעָה) כָּֽרֶם׃
17 ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ।
חָֽגְרָ֣ה בְעֹ֣וז מָתְנֶ֑יהָ וַ֝תְּאַמֵּ֗ץ זְרֹעֹותֶֽיהָ׃
18 ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।
טָ֭עֲמָה כִּי־טֹ֣וב סַחְרָ֑הּ לֹֽא־יִכְבֶּ֖ה בַלַּיִל (בַלַּ֣יְלָה) נֵרָֽהּ׃
19 ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ।
יָ֭דֶיהָ שִׁלְּחָ֣ה בַכִּישֹׁ֑ור וְ֝כַפֶּ֗יהָ תָּ֣מְכוּ פָֽלֶךְ׃
20 ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।
כַּ֭פָּהּ פָּרְשָׂ֣ה לֶעָנִ֑י וְ֝יָדֶ֗יהָ שִׁלְּחָ֥ה לָֽאֶבְיֹֽון׃
21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।
לֹא־תִירָ֣א לְבֵיתָ֣הּ מִשָּׁ֑לֶג כִּ֥י כָל־בֵּ֝יתָ֗הּ לָבֻ֥שׁ שָׁנִֽים׃
22 ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।
מַרְבַדִּ֥ים עָֽשְׂתָה־לָּ֑הּ שֵׁ֖שׁ וְאַרְגָּמָ֣ן לְבוּשָֽׁהּ׃
23 ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।
נֹודָ֣ע בַּשְּׁעָרִ֣ים בַּעְלָ֑הּ בְּ֝שִׁבְתֹּ֗ו עִם־זִקְנֵי־אָֽרֶץ׃
24 ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।
סָדִ֣ין עָ֭שְׂתָה וַתִּמְכֹּ֑ר וַ֝חֲגֹ֗ור נָתְנָ֥ה לַֽכְּנַעֲנִֽי׃
25 ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
עֹז־וְהָדָ֥ר לְבוּשָׁ֑הּ וַ֝תִּשְׂחַ֗ק לְיֹ֣ום אַחֲרֹֽון׃
26 ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
פִּ֭יהָ פָּתְחָ֣ה בְחָכְמָ֑ה וְתֹֽורַת־חֶ֝֗סֶד עַל־לְשֹׁונָֽהּ׃
27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।
צֹ֭ופִיָּה הֲלִיכֹ֣ות בֵּיתָ֑הּ וְלֶ֥חֶם עַ֝צְל֗וּת לֹ֣א תֹאכֵֽל׃
28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
קָ֣מוּ בָ֭נֶיהָ וַֽיְאַשְּׁר֑וּהָ בַּ֝עְלָ֗הּ וַֽיְהַֽלְלָֽהּ׃
29 “ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”
רַבֹּ֣ות בָּ֭נֹות עָ֣שׂוּ חָ֑יִל וְ֝אַ֗תְּ עָלִ֥ית עַל־כֻּלָּֽנָה׃
30 ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
שֶׁ֣קֶר הַ֭חֵן וְהֶ֣בֶל הַיֹּ֑פִי אִשָּׁ֥ה יִרְאַת־יְ֝הוָ֗ה הִ֣יא תִתְהַלָּֽל׃
31 ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।
תְּנוּ־לָ֭הּ מִפְּרִ֣י יָדֶ֑יהָ וִֽיהַלְל֖וּהָ בַשְּׁעָרִ֣ים מַעֲשֶֽׂיהָ׃

< ହିତୋପଦେଶ 31 >