< ହିତୋପଦେଶ 5 >

1 ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
[My] son, attend to my wisdom, and apply thine ear to my words;
2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
that thou mayest keep good understanding, and the discretion of my lips gives thee a charge. Give no heed to a worthless woman;
3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
for honey drops from the lips of a harlot, who for a season pleases thy palate:
4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
but afterwards thou wilt find her more bitter than gall, and sharper than a two-edged sword.
5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ; (Sheol h7585)
For the feet of folly lead those who deal with her down to the grave with death; and her steps are not established. (Sheol h7585)
6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
For she goes not upon the paths of life; but her ways are slippery, and not easily known.
7 ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
Now then, [my] son, hear me, and make not my words of none effect.
8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
Remove thy way far from her; draw not near to the doors of her house:
9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
lest thou give away thy life to others, and thy substance to the merciless:
10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;
lest strangers be filled with thy strength, and thy labours come into the houses of strangers;
11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
And thou repent at last, when the flesh of thy body is consumed,
12 ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
and thou shalt say, How have I hated instruction, and my heart avoided reproofs!
13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
I heard not the voice of him that instructed me, and taught me, neither did I apply mine ear.
14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”
I was almost in all evil in the midst of the congregation and assembly.
15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
Drink waters out of thine own vessels, and out of thine own springing wells.
16 ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?
Let not waters out of thy fountain be spilt by thee, but let thy waters go into thy streets.
17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
Let them be only thine own, and let no stranger partake with thee.
18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
Let thy fountain of water be [truly] thine own; and rejoice with the wife of thy youth.
19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Let [thy] loving hart and thy graceful colt company with thee, and let her be considered thine own, and be with thee at all times; for ravished with her love thou shalt be greatly increased.
20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
Be not intimate with a strange woman, neither fold thyself in the arms of a woman not thine own.
21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
For the ways of a man are before the eyes of God, and he looks on all his paths.
22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
Iniquities ensnare a man, and every one is bound in the chains of his own sins.
23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।
Such a man dies with the uninstructed; and he is cast forth from the abundance of his own substance, and has perished through folly.

< ହିତୋପଦେଶ 5 >