< ହିତୋପଦେଶ 5 >

1 ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
Ɗana, ka mai da hankali ga hikimata ka saurara da kyau ga kalmomin basirata,
2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
don ka ci gaba da yin kome daidai leɓunanka za su adana sani.
3 ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
Gama leɓunan mazinaciya na ɗigan zuma, maganarta tana da sulɓi fiye da mai;
4 କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
amma a ƙarshe tana da ɗaci kamar tafashiya, mai ci kamar takobi mai kaifi biyu.
5 ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ; (Sheol h7585)
Ƙafafunta na kaiwa ga mutuwa; sawunta na jagora kai tsaye zuwa kabari. (Sheol h7585)
6 ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
Ba ta wani tunanin rayuwa; hanyoyinta karkatacce ne, amma ba tă sani ba.
7 ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
Yanzu fa,’ya’yana, ku saurare ni; kada ku juye daga abin da nake faɗa.
8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
Ku yi nesa da hanyarta, kana ku je kusa da ƙofar gidanta,
9 କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
don kada ku ba da ƙarfi mafi kyau ga waɗansu da kuma shekarunku ga wani marar imani,
10 କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;
don kada baƙi su yi biki a kan dukiyarku wahalarku ta azurta gidan wani mutum dabam.
11 ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
A ƙarshen rayuwarku za ku yi ta nishi, sa’ad da namanku da jikinku suka zagwanye.
12 ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
Za ku ce, “Me ya sa na ƙi horo! Me ya sa zuciyata ta ƙi gyara!
13 ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
Ban yi biyayya da malamaina ba ko in saurari masu koyar da ni.
14 ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”
Na zo gab da hallaka gaba ɗaya a tsakiyar dukan taron.”
15 ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
Ku sha ruwa daga tankinku, ruwa mai gudu daga rijiyarku.
16 ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?
In maɓulɓulanku suka cika suna malala har waje, rafuffukan ruwanku a dandalin jama’a?
17 ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।
Bari su zama naka kaɗai, don kada ka raba da baƙi.
18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
Bari maɓulɓulanka ya zama mai albarka, bari kuma ka yi farin ciki da matar ƙuruciyarka.
19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Ƙaunatacciyar mariri, barewa mai kyan gani, bari mamanta su ishe ka kullum, bari ƙaunarta ta ɗauke hankalinka kullum.
20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
Ɗana, me ya sa za ka bari mazinaciya ta ɗauke maka hankali? Don me za ka rungume matar wani?
21 ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
Gama hanyar mutum a bayyane take a gaban Ubangiji, yana kuma lura da dukan hanyoyinsa.
22 ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
Ayyukan mugunta na mugun mutum tarko ne gare shi; igiyoyin zunubinsa za su daure shi kankan.
23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।
Zai mutu saboda rashin ɗa’a yawan wawancinsa zai sa yă kauce.

< ହିତୋପଦେଶ 5 >