< ହିତୋପଦେଶ 7 >

1 ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।
בְּנִי שְׁמֹר אֲמָרָי וּמִצְוֺתַי תִּצְפֹּן אִתָּֽךְ׃
2 ମୋହର ଆଜ୍ଞାସବୁ ପାଳନ କର, ତହିଁରେ ତୁମ୍ଭେ ବଞ୍ଚିବ ଓ ଆପଣା ଚକ୍ଷୁର ତାରା ପରି ମୋହର ବ୍ୟବସ୍ଥା ରକ୍ଷା କର।
שְׁמֹר מִצְוֺתַי וֶחְיֵה וְתוֹרָתִי כְּאִישׁוֹן עֵינֶֽיךָ׃
3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
קָשְׁרֵם עַל־אֶצְבְּעֹתֶיךָ כָּתְבֵם עַל־לוּחַ לִבֶּֽךָ׃
4 ଜ୍ଞାନକୁ କୁହ, “ତୁମ୍ଭେ ମୋହର ଭଗିନୀ,” ଆଉ ସୁବିବେଚନାକୁ ତୁମ୍ଭର ଜ୍ଞାତି ବୋଲି କୁହ।
אֱמֹר לַֽחָכְמָה אֲחֹתִי אָתְּ וּמֹדָע לַבִּינָה תִקְרָֽא׃
5 ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।
לִשְׁמָרְךָ מֵאִשָּׁה זָרָה מִנָּכְרִיָּה אֲמָרֶיהָ הֶחֱלִֽיקָה׃
6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;
כִּי בְּחַלּוֹן בֵּיתִי בְּעַד אֶשְׁנַבִּי נִשְׁקָֽפְתִּי׃
7 ତହିଁରେ ମୁଁ ଦେଖିଲି, ଅଜ୍ଞାନମାନଙ୍କ ମଧ୍ୟରେ ଓ ଚିହ୍ନିଲି ଯୁବାମାନଙ୍କ ମଧ୍ୟରେ ଜଣେ ବୁଦ୍ଧିହୀନ ଯୁବା ଲୋକ
וָאֵרֶא בַפְּתָאיִם אָבִינָה בַבָּנִים נַעַר חֲסַר־לֵֽב׃
8 ବ୍ୟଭିଚାରିଣୀର ଗୃହକୋଣ ନିକଟସ୍ଥ ଗଳି ଦେଇ ଯାଉ ଯାଉ ତାହାର ଗୃହକୁ ଯିବା ପଥରେ ଚାଲିଲା।
עֹבֵר בַּשּׁוּק אֵצֶל פִּנָּהּ וְדֶרֶךְ בֵּיתָהּ יִצְעָֽד׃
9 ସେତେବେଳେ ଗୋଧୂଳି ସମୟ, ଦିନାବସାନ ହେଉଥିଲା, ରାତ୍ରିର କାଳିମା ଓ ଅନ୍ଧକାର ସମୟ।
בְּנֶֽשֶׁף־בְּעֶרֶב יוֹם בְּאִישׁוֹן לַיְלָה וַאֲפֵלָֽה׃
10 ତହିଁରେ ଦେଖ, ଜଣେ ସ୍ତ୍ରୀ ତାହା ସଙ୍ଗେ ଭେଟିଲା, ସେ ବେଶ୍ୟାବେଶଧାରିଣୀ ଓ ଅନ୍ତଃକରଣରେ ଚତୁରୀ।
וְהִנֵּה אִשָּׁה לִקְרָאתוֹ שִׁית זוֹנָה וּנְצֻרַת לֵֽב׃
11 ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।
הֹמִיָּה הִיא וְסֹרָרֶת בְּבֵיתָהּ לֹא־יִשְׁכְּנוּ רַגְלֶֽיהָ׃
12 ସେ କେବେ କେବେ ସଡ଼କରେ, କେବେ କେବେ ଛକରେ ଥାଏ ଓ ପ୍ରତ୍ୟେକ କୋଣରେ ଅପେକ୍ଷାରେ ବସିଥାଏ।
פַּעַם ׀ בַּחוּץ פַּעַם בָּרְחֹבוֹת וְאֵצֶל כָּל־פִּנָּה תֶאֱרֹֽב׃
13 ସେହି ସ୍ତ୍ରୀ ତାହାକୁ ଧରି ଚୁମ୍ବନ କଲା, ଆଉ ନିର୍ଲଜ ମୁଖରେ ତାହାକୁ କହିଲା
וְהֶחֱזִיקָה בּוֹ וְנָשְׁקָה־לּוֹ הֵעֵזָה פָנֶיהָ וַתֹּאמַר לֽוֹ׃
14 “ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।
זִבְחֵי שְׁלָמִים עָלָי הַיּוֹם שִׁלַּמְתִּי נְדָרָֽי׃
15 ଏଣୁ ତୁମ୍ଭ ସଙ୍ଗେ ଦେଖା କରିବାକୁ ବାହାରକୁ ଆସିଲି ଓ ଯତ୍ନରେ ତୁମ୍ଭ ମୁଖ ଅନ୍ୱେଷଣ କରିବାକୁ ଆସିଅଛି, ଆଉ ତୁମ୍ଭକୁ ପାଇଲି।
עַל־כֵּן יָצָאתִי לִקְרָאתֶךָ לְשַׁחֵר פָּנֶיךָ וָאֶמְצָאֶֽךָּ׃
16 ମୁଁ ସୁଜନୀ ଓ ମିସରୀୟ ସୂକ୍ଷ୍ମ ସୂତ୍ରର ଡୋରିଆ ବସ୍ତ୍ର ଆପଣା ପଲଙ୍କରେ ବିଛାଇଅଛି।
מַרְבַדִּים רָבַדְתִּי עַרְשִׂי חֲטֻבוֹת אֵטוּן מִצְרָֽיִם׃
17 ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।
נַפְתִּי מִשְׁכָּבִי מֹר אֲהָלִים וְקִנָּמֽוֹן׃
18 ଆସ, ଆମ୍ଭେମାନେ ପ୍ରଭାତ ଯାଏ କାମରସରେ ମତ୍ତ ଓ ପ୍ରେମରେ ଭୋଳ ହେଉ।
לְכָה נִרְוֶה דֹדִים עַד־הַבֹּקֶר נִתְעַלְּסָה בָּאֳהָבִֽים׃
19 ଯେହେତୁ କର୍ତ୍ତା ଘରେ ନାହାନ୍ତି, ସେ ଦୂରକୁ ଯାତ୍ରା କରିଅଛନ୍ତି।
כִּי אֵין הָאִישׁ בְּבֵיתוֹ הָלַךְ בְּדֶרֶךְ מֵרָחֽוֹק׃
20 ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”
צְֽרוֹר־הַכֶּסֶף לָקַח בְּיָדוֹ לְיוֹם הַכֵּסֶא יָבֹא בֵיתֽוֹ׃
21 ଏହିରୂପେ ଅନେକ ମଧୁର ଭାଷା କହି ସେ ତାହାର ମନ ହରଣ କଲା, ଓଷ୍ଠାଧରର ଚାଟୁବାଦରେ ତାହାକୁ ଓଟାରି ନେଲା।
הִטַּתּוּ בְּרֹב לִקְחָהּ בְּחֵלֶק שְׂפָתֶיהָ תַּדִּיחֶֽנּוּ׃
22 ଯେପରି ଗୋରୁ ହତ ହେବାକୁ ଯାଏ ଓ ଯେପରି ବେଡ଼ି ପିନ୍ଧିବା ଲୋକ ନିର୍ବୋଧର ଦଣ୍ଡ ପାଇବାକୁ ଯାଏ, ସେହିପରି ସେ ସେହିକ୍ଷଣି ତାହାର ପଛେ ପଛେ ଗଲା।
הוֹלֵךְ אַחֲרֶיהָ פִּתְאֹם כְּשׁוֹר אֶל־טָבַח יָבוֹא וּכְעֶכֶס אֶל־מוּסַר אֱוֽ͏ִיל׃
23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
עַד יְפַלַּח חֵץ כְּֽבֵדוֹ כְּמַהֵר צִפּוֹר אֶל־פָּח וְלֹֽא־יָדַע כִּֽי־בְנַפְשׁוֹ הֽוּא׃
24 ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋʼ ମୁଖର ବାକ୍ୟରେ ମନୋନିବେଶ କର।
וְעַתָּה בָנִים שִׁמְעוּ־לִי וְהַקְשִׁיבוּ לְאִמְרֵי־פִֽי׃
25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
אַל־יֵשְׂטְ אֶל־דְּרָכֶיהָ לִבֶּךָ אַל־תֵּתַע בִּנְתִיבוֹתֶֽיהָ׃
26 ଯେହେତୁ ସେ ଅନେକଙ୍କୁ କ୍ଷତବିକ୍ଷତ କରି ପକାଇଅଛି, ହଁ, ତାହାର ହତ ଲୋକସକଳ ଅପାର।
כִּֽי־רַבִּים חֲלָלִים הִפִּילָה וַעֲצֻמִים כָּל־הֲרֻגֶֽיהָ׃
27 ତାହାର ଗୃହ ପାତାଳକୁ ଯିବାର ବାଟ, ଯାହା ମୃତ୍ୟୁର ଆଳୟକୁ ଯାଏ। (Sheol h7585)
דַּרְכֵי שְׁאוֹל בֵּיתָהּ יֹרְדוֹת אֶל־חַדְרֵי־מָֽוֶת׃ (Sheol h7585)

< ହିତୋପଦେଶ 7 >