< ହିତୋପଦେଶ 8 >

1 ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ?
Does not wisdom call out, and understanding raise her voice?
2 ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
On the heights overlooking the road, at the crossroads she takes her stand.
3 ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
Beside the gates to the city, at the entrances she cries out:
4 “ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି।
“To you, O men, I call out, and my cry is to the sons of men.
5 ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।
O simple ones, learn to be shrewd; O fools, gain understanding.
6 ଶୁଣ, ଯେହେତୁ ମୁଁ ଉତ୍କୃଷ୍ଟ ବିଷୟ କହିବି; ମୁଁ ଓଷ୍ଠାଧର ଫିଟାଇ ଯଥାର୍ଥ କଥା କହିବି।
Listen, for I speak of noble things, and the opening of my lips will reveal right.
7 ଯେହେତୁ ମୋହର ମୁଖ ସତ୍ୟ କହିବ, ଦୁଷ୍ଟତା ମୋʼ ଓଷ୍ଠାଧରର ଘୃଣାର ବିଷୟ।
For my mouth will speak the truth, and wickedness is detestable to my lips.
8 ମୋʼ ମୁଖର ସମସ୍ତ କଥା ଧର୍ମମୟ; ତହିଁ ମଧ୍ୟରେ ବକ୍ର କିମ୍ବା କୁଟିଳ କିଛି ନାହିଁ।
All the words of my mouth are righteous; none are crooked or perverse.
9 ଯେ ତାହା ବୁଝେ, ତାହା ପ୍ରତି ସେହି ସବୁ ସ୍ପଷ୍ଟ; ପୁଣି, ବିଦ୍ୟାପ୍ରାପ୍ତ ଲୋକଙ୍କ ପ୍ରତି ତାହା ଯଥାର୍ଥ ଅଟେ।
They are all plain to the discerning, and upright to those who find knowledge.
10 ରୂପା ଅପେକ୍ଷା ମୋହର ଉପଦେଶ ଏବଂ ମନୋନୀତ ସୁବର୍ଣ୍ଣ ଅପେକ୍ଷା ଜ୍ଞାନ ଗ୍ରହଣ କର।
Receive my instruction instead of silver, and knowledge rather than pure gold.
11 ଯେହେତୁ ଜ୍ଞାନ ମୁକ୍ତାଠାରୁ ଉତ୍ତମ ଓ ସମସ୍ତ ଇଷ୍ଟବସ୍ତୁ ତାହା ସଙ୍ଗେ ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
For wisdom is more precious than rubies, and nothing you desire compares with her.
12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ।
I, wisdom, dwell together with prudence, and I find knowledge and discretion.
13 ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।
To fear the LORD is to hate evil; I hate arrogant pride, evil conduct, and perverse speech.
14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋʼ ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋʼ ଠାରେ ବଳ ଅଛି।
Counsel and sound judgment are mine; I have insight and strength.
15 ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।
By me kings reign, and rulers enact just laws;
16 ମୋʼ ଦ୍ୱାରା ଅଧିପତିମାନେ, କୁଳୀନମାନେ ଓ ପୃଥିବୀର ସମସ୍ତ ବିଚାରକର୍ତ୍ତୃଗଣ ଶାସନ କରନ୍ତି।
By me princes rule, and all nobles who govern justly.
17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
I love those who love me, and those who seek me early shall find me.
18 ମୋʼ ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
With me are riches and honor, enduring wealth and righteousness.
19 ମୋହର ଫଳ ସୁବର୍ଣ୍ଣ, ହଁ, ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ; ପୁଣି, ମୋହର ଆୟ ଉତ୍କୃଷ୍ଟ ରୂପା ଅପେକ୍ଷା ଭଲ।
My fruit is better than gold, pure gold, and my harvest surpasses choice silver.
20 ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,
I walk in the way of righteousness, along the paths of justice,
21 ଆଉ ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସାରା ସମ୍ପତ୍ତିର ଅଧିକାରୀ କରେ ଓ ସେମାନଙ୍କ ଭଣ୍ଡାର ପରିପୂର୍ଣ୍ଣ କରେ;
bestowing wealth on those who love me and making their treasuries full.
22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
The LORD created me as His first course, before His works of old.
23 ଅନାଦିକାଳରୁ ଅବା ଆଦ୍ୟକାଳଠାରୁ ଅବା ପୃଥିବୀର ମୂଳସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
From everlasting I was established, from the beginning, before the earth began.
24 ବାରିଧିସକଳ ନ ଥିବା ସମୟରେ, ନିର୍ଝରସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମିଅଛି;
When there were no watery depths, I was brought forth, when no springs were overflowing with water.
25 ପୁଣି, ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରେ ମୁଁ ଜନ୍ମ ପାଇଅଛି;
Before the mountains were settled, before the hills, I was brought forth,
26 ସେହି ସମୟରେ ଭୂମି, କିମ୍ବା ପ୍ରାନ୍ତର, କିମ୍ବା ଜଗତସ୍ଥ ଧୂଳିର ଅଗ୍ରିମାଂଶ ସଦାପ୍ରଭୁ ସୃଷ୍ଟି କରି ନ ଥିଲେ।
before He made the land or fields, or any of the dust of the earth.
27 ଯେଉଁ ସମୟରେ ସେ ଆକାଶମଣ୍ଡଳ ସ୍ଥାପନ କଲେ, ସେହି ସମୟରେ ମୁଁ ସେଠାରେ ଥିଲି, ଯେଉଁ ସମୟରେ ସେ ବାରିଧି ଉପରେ ଚକ୍ରାକାର ସୀମା ନିରୂପଣ କଲେ,
I was there when He established the heavens, when He inscribed a circle on the face of the deep,
28 ପୁଣି ଉପରିସ୍ଥ ଆକାଶମଣ୍ଡଳକୁ ଦୃଢ଼ କଲେ ଓ ବାରିଧିର ପ୍ରବାହସକଳ ପ୍ରବଳ ହେଲା;
when He established the clouds above, when the fountains of the deep gushed forth,
29 ଜଳସମୂହ ଯେପରି ତାହାଙ୍କ ଆଜ୍ଞାଲଙ୍ଘନ କରି ନ ପାରେ, ଏଥିପାଇଁ ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଓ ଯେଉଁ ସମୟରେ ଜଗତର ମୂଳଦୁଆ ଚିହ୍ନିତ କଲେ;
when He set a boundary for the sea, so that the waters would not surpass His command, when He marked out the foundations of the earth.
30 ସେହି ସମୟରେ ମୁଁ ତାହାଙ୍କ ନିକଟରେ ରାଜମିସ୍ତ୍ରୀ ଥିଲି; ପୁଣି, ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାହାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ କଲି।
Then I was a skilled craftsman at His side, and His delight day by day, rejoicing always in His presence.
31 ପୁଣି, ତାହାଙ୍କ ଭୂମଣ୍ଡଳରେ ଆନନ୍ଦ କଲି ଓ ମନୁଷ୍ୟ-ସନ୍ତାନଗଣ ସଙ୍ଗରେ ମୋହର ଆମୋଦ ଥିଲା।
I was rejoicing in His whole world, delighting together in the sons of men.
32 ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।
Now therefore, my sons, listen to me, for blessed are those who keep my ways.
33 ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।
Listen to instruction and be wise; do not ignore it.
34 ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।
Blessed is the man who listens to me, watching daily at my doors, waiting at the posts of my doorway.
35 ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
For whoever finds me finds life and obtains the favor of the LORD.
36 ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”
But he who fails to find me harms himself; all who hate me love death.”

< ହିତୋପଦେଶ 8 >