< ହିତୋପଦେଶ 9 >

1 ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
Wisdom hath built her house, she hath hewn out her seven pillars;
2 ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
she hath slaughtered her cattle, she hath mingled her wine, she hath also prepared her table;
3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
she hath sent forth her maidens: she crieth upon the summits of the high places of the city,
4 “ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
Whoso is simple, let him turn in hither. To him that is void of understanding, she saith,
5 “ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।
Come, eat ye of my bread, and drink of the wine that I have mingled.
6 ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”
Forsake follies and live, and go in the way of intelligence.
7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
He that instructeth a scorner getteth to himself shame; and he that reproveth a wicked [man] [getteth] to himself a blot.
8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Reprove not a scorner, lest he hate thee; reprove a wise [man], and he will love thee.
9 ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
Impart to a wise [man], and he will become yet wiser; teach a righteous [man], and he will increase learning.
10 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
The fear of Jehovah is the beginning of wisdom; and the knowledge of the Holy is intelligence.
11 ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
For by me thy days shall be multiplied, and years of life shall be added to thee.
12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
If thou art wise, thou shalt be wise for thyself; and if thou scornest, thou alone shalt bear it.
13 ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।
The foolish woman is clamorous; she is stupid, and knoweth nothing.
14 ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।
And she sitteth at the entry of her house, on a seat in the high places of the city,
15 ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
to call passers-by who go right on their ways:
16 “ଯେ ଅବୋଧ, ସେ ଏଠାକୁ ଆସୁ” ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
Whoso is simple, let him turn in hither. And to him that is void of understanding she saith,
17 “ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”
Stolen waters are sweet, and the bread of secrecy is pleasant.
18 ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। (Sheol h7585)
But he knoweth not that the dead are there; [that] her guests are in the depths of Sheol. (Sheol h7585)

< ହିତୋପଦେଶ 9 >