< ହିତୋପଦେଶ 1 >

1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
Karin maganar Solomon ɗan Dawuda, sarkin Isra’ila.
2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
Ga karin magana da za su taimake ka don samun hikima da horo; don ganewa kalmomi masu zurfi;
3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
don neman rayuwa ta horo da kuma ta hankali, kana yin abin da yake daidai, mai adalci da kuma wanda ya dace;
4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
don sa marar azanci yă yi hankali, yă sa matasa su sani, su kuma iya rarrabewa,
5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
bari masu hikima su saurara, su kuma ƙara ga saninsu, bari masu tunani kuma su sami jagora,
6 ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
don su fahimci karin magana da kuma misalai, kalmomi da kuma kacici-kacici masu hikima.
7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
Tsoron Ubangiji shi ne masomin ilimi, amma wawaye sun rena hikima da horo.
8 ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
Ɗana, ka saurari umarnin mahaifinka kada kuma ka ƙyale koyarwar mahaifiyarka.
9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
Za su zama kayan ado don su inganta ka da kuma sarƙar wuya don su yi wa wuyanka ado.
10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
Ɗana, in masu zunubi sun jarabce ka, kada ka yarda.
11 ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
In suka ce, “Zo mu tafi; mu yi kwanton ɓauna, mu nemi wani mu kashe, mu fāɗa wa marasa laifi;
12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; (Sheol h7585)
mu haɗiye su da rai gaba ɗaya kamar kabari, kamar waɗanda suke gangarawa zuwa rami; (Sheol h7585)
13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
za mu sami dukiya masu daraja iri-iri, mu kuma cika gidajenmu da ganima;
14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;”
ka haɗa kai da mu, za mu kuwa raba abin da muka sato”
15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
ɗana, kada ka tafi tare da su, kada ka taka ƙafarka a hanyarsu;
16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
gama ƙafafunsu kan yi sauri ga yin zunubi, suna saurin yin kisankai.
17 କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
Ba shi da amfani a kafa tarko a idanun dukan tsuntsaye!
18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
Waɗannan irin mutane kansu suke kafa wa tarko; ba sa kama kome, sai rayukansu!
19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
Dukan waɗanda suke neman ribar da ba a samu a hanya mai kyau; ƙarshen wannan yakan ɗauke rayukansu.
20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
Hikima tana kira da ƙarfi a kan titi, tana ɗaga muryarta a dandalin taron jama’a;
21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
tana kira da ƙarfi a kan tituna masu surutu, tana yin jawabinta a hanyoyin shiga gari.
22 “ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
“Har yaushe ku da kuke marasa azanci za ku ci gaba a hanyoyinku marasa azanci? Har yaushe ku masu ba’a za ku yi ta murna cikin ba’arku wawaye kuma ku ƙi ilimi?
23 ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
Da a ce kun saurari tsawatata, da na faɗa muku dukan abin da yake zuciyata in kuma sanar da ku tunanina.
24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Amma da yake kun ƙi ni sa’ad da na yi kira ba kuma wanda ya saurara sa’ad da na miƙa hannuna,
25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
da yake kun ƙi dukan shawarata ba ku kuma yarda da tsawatata ba,
26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
Zan yi muku dariya sa’ad da masifa ta same ku, zan yi muku ba’a sa’ad da bala’i ya same ku,
27 ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
sa’ad da bala’i ya sha kanku kamar hadiri, sa’ad da masifa ta share ku kamar guguwa, sa’ad damuwa da wahala suka mamaye ku.
28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
“Sa’an nan za su kira gare ni amma ba zan amsa ba; za su neme ni amma ba za su same ni ba.
29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
Da yake sun ƙi sani ba su kuwa zaɓi tsoron Ubangiji ba,
30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
da yake ba su karɓi shawarata ba suka kuwa yi kunnen ƙashi ga tsawatata,
31 ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
za su sami sakayyar abubuwan da suka yi su kuma ƙoshi da sakayyar makircinsu.
32 ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
Gama rashin hankalin marasa azanci zai kashe su, rashin kulawar wawaye kuma zai hallaka su;
33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”
amma duk wanda ya saurare ni, zai zauna lafiya yă kuma kasance da rai kwance, ba tare da tsoron lahani ba.”

< ହିତୋପଦେଶ 1 >