< ହିତୋପଦେଶ 1 >

1 ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
משלי שלמה בן-דוד-- מלך ישראל
2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
לדעת חכמה ומוסר להבין אמרי בינה
3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
לקחת מוסר השכל צדק ומשפט ומשרים
4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
לתת לפתאים ערמה לנער דעת ומזמה
5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
ישמע חכם ויוסף לקח ונבון תחבלות יקנה
6 ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
להבין משל ומליצה דברי חכמים וחידתם
7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
יראת יהוה ראשית דעת חכמה ומוסר אוילים בזו
8 ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
שמע בני מוסר אביך ואל-תטש תורת אמך
9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
כי לוית חן הם לראשך וענקים לגרגרתך
10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
בני-- אם-יפתוך חטאים אל-תבא
11 ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
אם-יאמרו לכה אתנו נארבה לדם נצפנה לנקי חנם
12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ; (Sheol h7585)
נבלעם כשאול חיים ותמימים כיורדי בור (Sheol h7585)
13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
כל-הון יקר נמצא נמלא בתינו שלל
14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;”
גורלך תפיל בתוכנו כיס אחד יהיה לכלנו
15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
בני--אל-תלך בדרך אתם מנע רגלך מנתיבתם
16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
כי רגליהם לרע ירוצו וימהרו לשפך-דם
17 କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
כי-חנם מזרה הרשת-- בעיני כל-בעל כנף
18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
והם לדמם יארבו יצפנו לנפשתם
19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।
כן--ארחות כל-בצע בצע את-נפש בעליו יקח
20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
חכמות בחוץ תרנה ברחבות תתן קולה
21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
בראש המיות תקרא בפתחי שערים בעיר--אמריה תאמר
22 “ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?
עד-מתי פתים-- תאהבו-פתי ולצים--לצון חמדו להם וכסילים ישנאו-דעת
23 ମୋʼ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
תשובו לתוכחתי הנה אביעה לכם רוחי אודיעה דברי אתכם
24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
יען קראתי ותמאנו נטיתי ידי ואין מקשיב
25 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
ותפרעו כל-עצתי ותוכחתי לא אביתם
26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
גם-אני באידכם אשחק אלעג בבא פחדכם
27 ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
בבא כשאוה (כשואה) פחדכם-- ואידכם כסופה יאתה בבא עליכם צרה וצוקה
28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
אז יקראנני ולא אענה ישחרנני ולא ימצאנני
29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
תחת כי-שנאו דעת ויראת יהוה לא בחרו
30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
לא-אבו לעצתי נאצו כל-תוכחתי
31 ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
ויאכלו מפרי דרכם וממעצתיהם ישבעו
32 ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
כי משובת פתים תהרגם ושלות כסילים תאבדם
33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”
ושמע לי ישכן-בטח ושאנן מפחד רעה

< ହିତୋପଦେଶ 1 >