< ଗୀତସଂହିତା 1 >

1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
אשרי האיש אשר לא הלך בעצת רשעים ובדרך חטאים לא עמד ובמושב לצים לא ישב׃
2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
כי אם בתורת יהוה חפצו ובתורתו יהגה יומם ולילה׃
3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
והיה כעץ שתול על פלגי מים אשר פריו יתן בעתו ועלהו לא יבול וכל אשר יעשה יצליח׃
4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
לא כן הרשעים כי אם כמץ אשר תדפנו רוח׃
5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
על כן לא יקמו רשעים במשפט וחטאים בעדת צדיקים׃
6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
כי יודע יהוה דרך צדיקים ודרך רשעים תאבד׃

< ଗୀତସଂହିତା 1 >