< ଗୀତସଂହିତା 10 >
1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
Why standest Thou afar off, O LORD? Why hidest Thou Thyself in times of trouble?
2 ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।
Through the pride of the wicked the poor is hotly pursued, they are taken in the devices that they have imagined.
3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
For the wicked boasteth of his heart's desire, and the covetous vaunteth himself, though he contemn the LORD.
4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
The wicked, in the pride of his countenance, saith: 'He will not require'; all his thoughts are: 'There is no God.'
5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ।
His ways prosper at all times; Thy judgments are far above out of his sight; as for all his adversaries, he puffeth at them.
6 ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”
He saith in his heart: 'I shall not be moved, I who to all generations shall not be in adversity.'
7 ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।
His mouth is full of cursing and deceit and oppression; under his tongue is mischief and iniquity.
8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।
He sitteth in the lurking-places of the villages; in secret places doth he slay the innocent; his eyes are on the watch for the helpless.
9 ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।
He lieth in wait in a secret place as a lion in his lair, he lieth in wait to catch the poor; he doth catch the poor, when he draweth him up in his net.
10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି।
He croucheth, he boweth down, and the helpless fall into his mighty claws.
11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
He hath said in his heart: 'God hath forgotten; He hideth His face; He will never see.'
12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।
Arise, O LORD; O God, lift up Thy hand; forget not the humble.
13 ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ?
Wherefore doth the wicked contemn God, and say in his heart: 'Thou wilt not require'?
14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।
Thou hast seen; for Thou beholdest trouble and vexation, to requite them with Thy hand; unto Thee the helpless committeth himself; Thou hast been the helper of the fatherless.
15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ; ଆଉ, ତୁମ୍ଭେ ମନ୍ଦ ଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।
Break Thou the arm of the wicked; and as for the evil man, search out his wickedness, till none be found.
16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।
The LORD is King for ever and ever; the nations are perished out of His land.
17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
LORD, Thou hast heard the desire of the humble: Thou wilt direct their heart, Thou wilt cause Thine ear to attend;
18 ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।
To right the fatherless and the oppressed, that man who is of the earth may be terrible no more.