< ଗୀତସଂହିତା 100 >
1 ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
A Psalm for Thanksgiving. Make a joyful noise to the Lord, all the earth.
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।
Serve the Lord with gladness; come before his presence with exultation.
3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
Know that the Lord he is God; he made us, and not we ourselves; [we are] his people, and the sheep of his pasture.
4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
Enter into his gates with thanksgiving, and his courts with hymns; give thanks to him, praise his name.
5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
For the Lord is good, his mercy is for ever; and his truth [endures] to generation and generation.