< ଗୀତସଂହିତା 101 >

1 ଦାଉଦଙ୍କର ଗୀତ। ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
I will sing of mercy and judgment: unto you, O LORD, will I sing.
2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
I will behave myself wisely in a perfect way. O when will you come unto me? I will walk within my house with a perfect heart.
3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।
I will set no wicked thing before mine eyes: I hate the work of them that turn aside; it shall not cleave to me.
4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।
A perverse heart shall depart from me: I will not know a wicked person.
5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
Whoso privately slanders his neighbour, him will I cut off: him that has an high look and a proud heart will not I suffer.
6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।
Mine eyes shall be upon the faithful of the land, that they may dwell with me: he that walks in a perfect way, he shall serve me.
7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
He that works deceit shall not dwell within my house: he that tells lies shall not tarry in my sight.
8 ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
I will early destroy all the wicked of the land; that I may cut off all wicked doers from the city of the LORD.

< ଗୀତସଂହିତା 101 >