< ଗୀତସଂହିତା 101 >
1 ଦାଉଦଙ୍କର ଗୀତ। ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Ta Dawuda. Zabura ce. Zan rera wa ƙauna da adalcinka; gare ka, ya Ubangiji, zan rera yabo.
2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
Zan yi hankali ga yin rayuwa marar zargi, yaushe za ka zo gare ni? Zan bi da sha’anin gidana da zuciya marar abin zargi
3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।
Ba zan kafa a gaban idanuna 1 wani abu marar kyau ba. Na ƙi jinin ayyukan mutane marasa aminci; ba za su manne mini ba.
4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।
Mutane masu mugun zuciya za su nesa da ni; ba abin da zai haɗa ni da mugunta.
5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
Duk wanda ya yi ɓatanci wa maƙwabcinsa a ɓoye shi za a kashe; duk mai renin wayo da mai girman kai, ba zan jure masa ba.
6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।
Idanuna za su kasance a kan amintattu a cikin ƙasar, don su zauna tare da ni; tafiyarsa ba ta da zargi zai yi mini hidima.
7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
Babu mai ruɗun da zai zauna a gidana; babu mai ƙaryan da zai tsaya a gabana.
8 ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।
Kowace safiya zan rufe bakunan dukan mugaye a ƙasar; zan yanke kowane mai aikata mugunta daga birnin Ubangiji.