< ଗୀତସଂହିତା 102 >

1 ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
The prayer: for a weary and suffering person who pours out their grief to the Lord. Hear my prayer, O Lord; let my cry for help come to you.
2 ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
Hide not your face from me in the day of my distress. Incline your ear to me: when I call, answer me speedily.
3 କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
For my days pass away like smoke: my bones are burned through as with fire.
4 ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
My heart is scorched, withered like grass; I forget to eat my bread.
5 ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
By reason of my loud groaning, my flesh clings to my bones.
6 ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
Like a desert-owl of the wilderness, like an owl among ruins am I.
7 ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
I make my sleepless lament like a bird on the house-top alone.
8 ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।
All the day wild foes revile me, using my name for a curse.
9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
For ashes have been my bread, and tears have been mixed with my cup.
10 ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
Because of your passionate anger, you did raise me, then hurl me to the ground.
11 ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
My days come to an end, shadows lengthen, I wither like grass.
12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
But you, O Lord, are enthroned forever, your fame endures to all generations.
13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
You will arise and have pity on Zion; it’s time to be gracious; her hour has come.
14 ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
For even her stones are dear to your servants, even the dust of her ruins they look on with love.
15 ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
Then the nations will revere the name of the Lord and all the kings of the earth his glory,
16 କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
when the Lord shall have built up Zion, and revealed himself in his glory,
17 ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
in response to the prayer of the destitute, whose prayer he will not despise.
18 ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
Let this be recorded for ages to come, that the Lord may be praised by a people yet unborn.
19 କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
For he shall look down from his holy height, from the heavens the Lord will gaze on the earth,
20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
to hear the groans of the prisoner, to free those who are doomed to die;
21 ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
that people may recount the Lord’s fame in Zion, and the praise of him in Jerusalem,
22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
when the nations are gathered together, and the kingdoms, to worship the Lord.
23 ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।
He has broken my strength on the way, he has shortened my days.
24 ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”
I will say, “My God, take me not hence in the midst of my days. “Your years endure age after age.
25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
Of old you have founded the earth, and the heavens are the work of your hands.
26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
They shall perish; but you do stand. They shall all wax old like a garment, and change as a robe you will change them.
27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।
But you are the same, your years are endless.
28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
The children of your servants abide, evermore shall their seed be before you.”

< ଗୀତସଂହିତା 102 >