< ଗୀତସଂହିତା 102 >
1 ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
Addu’ar mutum mai shan wahala. Sa’ad da ya rasa ƙarfi ya kuma yi makoki a gaban Ubangiji. Ka ji addu’ata, ya Ubangiji; bari kukata ta neman taimako ta zo gare ka.
2 ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
Kada ka ɓoye fuskarka daga gare ni sa’ad da nake cikin damuwa. Ka juye kunnenka gare ni; sa’ad da na yi kira, ka amsa mini da sauri.
3 କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
Gama kwanakina sun ɓace kamar hayaƙi; ƙasusuwana suna ƙuna kamar jan wuta.
4 ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
Zuciyata ta kamu da ciwo ta kuma bushe kamar ciyawa; na manta in ci abinci.
5 ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
Saboda nishina mai ƙarfi na rame na bar ƙasusuwa kawai.
6 ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
Ni kamar mujiyar jeji ne, kamar mujiya a kufai.
7 ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
Na kwanta a faɗake; na zama kamar tsuntsun da yake shi kaɗai a kan rufin ɗaki.
8 ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।
Dukan yini abokan gābana suna tsokanata; waɗanda suke mini ba’a suna amfani da sunana yă zama abin la’ana.
9 କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
Gama ina cin toka a matsayin abincina ina kuma gauraye abin sha nawa da hawaye
10 ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
saboda fushinka mai girma, gama ka ɗaga ni sama ka yar a gefe.
11 ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
Kwanakina suna kamar inuwar yamma; na bushe kamar ciyawa.
12 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
Amma kai, ya Ubangiji, kana zaune a kursiyinka har abada; sunan da ka yi zai dawwama a dukan zamanai.
13 ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
Za ka tashi ka kuma ji tausayin Sihiyona, gama lokaci ne na nuna alheri gare ta; ƙayyadadden lokacin ya zo.
14 ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
Gama duwatsunta suna da daraja ga bayinka; ƙurarta kawai kan sa su ji tausayi.
15 ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
Al’ummai za su ji tsoron sunan Ubangiji, dukan sarakunan duniya za su girmama ɗaukakarka.
16 କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
Gama Ubangiji zai sāke gina Sihiyona ya kuma bayyana a ɗaukakarsa.
17 ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
Zai amsa addu’ar marasa ƙarfi; ba zai ƙyale roƙonsu ba.
18 ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
Bari a rubuta wannan don tsara mai zuwa, cewa mutanen da ba a riga an halitta ba za su yabi Ubangiji,
19 କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
“Ubangiji ya duba ƙasa daga wurinsa mai tsarki a bisa, daga sama ya hangi duniya,
20 ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
don yă ji nishe-nishen’yan kurkuku yă kuma saki waɗanda aka yanke musu hukuncin mutuwa.”
21 ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
Saboda haka za a furta sunan Ubangiji a Sihiyona yabonsa kuma a Urushalima
22 ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
sa’ad da mutane da mulkoki suka tattaru don su yi wa Ubangiji sujada.
23 ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।
Cikin rayuwata, ya karye ƙarfina; ya gajartar da kwanakina.
24 ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”
Sai na ce, “Kada ka ɗauke ni a tsakiyar kwanakina, ya Allah; shekarunka suna bi cikin dukan zamanai.
25 ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
A farkon fari ka kafa tushen duniya, sammai kuma aikin hannuwanka ne.
26 ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
Za su hallaka, amma za ka ci gaba; duk za su tsufe kamar riga. Kamar riga za ka canja su za a kuwa zubar da su.
27 ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।
Amma kana nan yadda kake, kuma shekarunka ba za su taɓa ƙarewa ba.
28 ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।
’Ya’yan bayinka za su zauna a gabanka; zuriyarsu za su kahu a gabanka.”