< ଗୀତସଂହିତା 103 >
1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Ta Dawuda. Yabi Ubangiji, ya raina; dukan abin da yake cikin cikina, yabi sunansa mai tsarki.
2 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
Yabi Ubangiji, ya raina, kada kuma ka manta dukan alheransa,
3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
wanda yake gafarta dukan zunubai yake kuma warkar da dukan cututtuka,
4 ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
wanda ya fanshi ranka daga rami ya naɗa maka rawani da ƙauna da kuma tausayi,
5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
Wanda ya ƙosar da kai da abubuwa masu kyau domin a sabunta ƙuruciyarka kamar na gaggafa.
6 ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
Ubangiji yana aikata adalci da kuma gaskiya ga duk waɗanda aka danne.
7 ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
Ya sanar da hanyoyinsa wa Musa, ayyukansa ga mutanen Isra’ila.
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
Ubangiji mai tausayi ne da kuma alheri, mai jinkirin fushi, cike da ƙauna.
9 ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
Ba zai yi ta zargi ba ba kuwa zai yi ta jin fushi har abada ba;
10 ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
ba ya yin da mu gwargwadon zunubanmu ko yă sāka mana bisa ga laifofinmu.
11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
Gama kamar yadda sammai suke can bisa duniya, haka girmar ƙaunarsa yake wa masu tsoronsa;
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
kamar yadda gabas yake daga yamma, haka ya cire laifofinmu daga gare mu.
13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
Kamar yadda mahaifi yake jin tausayin’ya’yansa, haka Ubangiji yake jin tausayin waɗanda suke tsoronsa;
14 କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
gama ya san yadda aka yi mu, ya tuna cewa mu ƙura ne.
15 ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
Game da mutum dai, kwanakinsa suna kamar ciyawa da suke haɓaka kamar fure a gona;
16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
iska kan hura a kansa sai ya ɓace ba a kuwa sāke tuna da inda dā yake.
17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Amma daga madawwami zuwa madawwami ƙaunar Ubangiji tana tare da waɗanda suke tsoronsa, adalcinsa kuma tare da’ya’yansu,
18 ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
tare da waɗanda suke kiyaye alkawarinsa suna kuma tuna su yi biyayya da farillansa.
19 ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
Ubangiji ya kafa kursiyinsa a sama, masarautarsa kuwa na mulki a bisa duka.
20 ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
Yabi Ubangiji, ku mala’ikunsa, ku jarumawa masu yi masa aiki, waɗanda suke yin biyayya da maganarsa.
21 ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
Yabi Ubangiji, dukanku rundunarsa ta sama, ku bayinsa waɗanda kuke aikata nufinsa.
22 ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।
Yabi Ubangiji, dukanku ayyukansa ko’ina a mulkinsa. Yabi Ubangiji, ya raina.