< ଗୀତସଂହିତା 103 >

1 ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
לדוד ברכי נפשי את יהוה וכל קרבי את שם קדשו׃
2 ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
ברכי נפשי את יהוה ואל תשכחי כל גמוליו׃
3 ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
הסלח לכל עונכי הרפא לכל תחלאיכי׃
4 ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
הגואל משחת חייכי המעטרכי חסד ורחמים׃
5 ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
המשביע בטוב עדיך תתחדש כנשר נעוריכי׃
6 ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
עשה צדקות יהוה ומשפטים לכל עשוקים׃
7 ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
יודיע דרכיו למשה לבני ישראל עלילותיו׃
8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
רחום וחנון יהוה ארך אפים ורב חסד׃
9 ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
לא לנצח יריב ולא לעולם יטור׃
10 ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
לא כחטאינו עשה לנו ולא כעונתינו גמל עלינו׃
11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
כי כגבה שמים על הארץ גבר חסדו על יראיו׃
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
כרחק מזרח ממערב הרחיק ממנו את פשעינו׃
13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
כרחם אב על בנים רחם יהוה על יראיו׃
14 କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
כי הוא ידע יצרנו זכור כי עפר אנחנו׃
15 ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
אנוש כחציר ימיו כציץ השדה כן יציץ׃
16 ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
כי רוח עברה בו ואיננו ולא יכירנו עוד מקומו׃
17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
וחסד יהוה מעולם ועד עולם על יראיו וצדקתו לבני בנים׃
18 ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
לשמרי בריתו ולזכרי פקדיו לעשותם׃
19 ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
יהוה בשמים הכין כסאו ומלכותו בכל משלה׃
20 ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
ברכו יהוה מלאכיו גברי כח עשי דברו לשמע בקול דברו׃
21 ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
ברכו יהוה כל צבאיו משרתיו עשי רצונו׃
22 ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।
ברכו יהוה כל מעשיו בכל מקמות ממשלתו ברכי נפשי את יהוה׃

< ଗୀତସଂହିତା 103 >