< ଗୀତସଂହିତା 105 >

1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
הודו ליהוה קראו בשמו הודיעו בעמים עלילותיו׃
2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।
שירו לו זמרו לו שיחו בכל נפלאותיו׃
3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
התהללו בשם קדשו ישמח לב מבקשי יהוה׃
4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
דרשו יהוה ועזו בקשו פניו תמיד׃
5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
זכרו נפלאותיו אשר עשה מפתיו ומשפטי פיו׃
6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
זרע אברהם עבדו בני יעקב בחיריו׃
7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
הוא יהוה אלהינו בכל הארץ משפטיו׃
8 ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,
זכר לעולם בריתו דבר צוה לאלף דור׃
9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
אשר כרת את אברהם ושבועתו לישחק׃
10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
ויעמידה ליעקב לחק לישראל ברית עולם׃
11 “ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।”
לאמר לך אתן את ארץ כנען חבל נחלתכם׃
12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
בהיותם מתי מספר כמעט וגרים בה׃
13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।
ויתהלכו מגוי אל גוי מממלכה אל עם אחר׃
14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
לא הניח אדם לעשקם ויוכח עליהם מלכים׃
15 “ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
אל תגעו במשיחי ולנביאי אל תרעו׃
16 ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
ויקרא רעב על הארץ כל מטה לחם שבר׃
17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
שלח לפניהם איש לעבד נמכר יוסף׃
18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;
ענו בכבל רגליו ברזל באה נפשו׃
19 ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
עד עת בא דברו אמרת יהוה צרפתהו׃
20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
שלח מלך ויתירהו משל עמים ויפתחהו׃
21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
שמו אדון לביתו ומשל בכל קנינו׃
22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
לאסר שריו בנפשו וזקניו יחכם׃
23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।
ויבא ישראל מצרים ויעקב גר בארץ חם׃
24 ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
ויפר את עמו מאד ויעצמהו מצריו׃
25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।
הפך לבם לשנא עמו להתנכל בעבדיו׃
26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।
שלח משה עבדו אהרן אשר בחר בו׃
27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।
שמו בם דברי אתותיו ומפתים בארץ חם׃
28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
שלח חשך ויחשך ולא מרו את דבריו׃
29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ।
הפך את מימיהם לדם וימת את דגתם׃
30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।
שרץ ארצם צפרדעים בחדרי מלכיהם׃
31 ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
אמר ויבא ערב כנים בכל גבולם׃
32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
נתן גשמיהם ברד אש להבות בארצם׃
33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
ויך גפנם ותאנתם וישבר עץ גבולם׃
34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;
אמר ויבא ארבה וילק ואין מספר׃
35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
ויאכל כל עשב בארצם ויאכל פרי אדמתם׃
36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
ויך כל בכור בארצם ראשית לכל אונם׃
37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
ויוציאם בכסף וזהב ואין בשבטיו כושל׃
38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
שמח מצרים בצאתם כי נפל פחדם עליהם׃
39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
פרש ענן למסך ואש להאיר לילה׃
40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
שאל ויבא שלו ולחם שמים ישביעם׃
41 ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
פתח צור ויזובו מים הלכו בציות נהר׃
42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।
כי זכר את דבר קדשו את אברהם עבדו׃
43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
ויוצא עמו בששון ברנה את בחיריו׃
44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
ויתן להם ארצות גוים ועמל לאמים יירשו׃
45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
בעבור ישמרו חקיו ותורתיו ינצרו הללו יה׃

< ଗୀତସଂହିତା 105 >