< ଗୀତସଂହିତା 105 >

1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
Mshukuruni Bwana, liitieni jina lake, wajulisheni mataifa yale aliyoyatenda.
2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।
Mwimbieni yeye, mwimbieni yeye sifa, waambieni matendo yake yote ya ajabu.
3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
Lishangilieni jina lake takatifu, mioyo ya wale wamtafutao Bwana na ifurahi.
4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।
Mtafuteni Bwana na nguvu zake, utafuteni uso wake siku zote.
5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
Kumbuka matendo ya ajabu aliyoyafanya, miujiza yake na hukumu alizozitamka,
6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।
enyi wazao wa Abrahamu mtumishi wake, enyi wana wa Yakobo, wateule wake.
7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
Yeye ndiye Bwana Mungu wetu, hukumu zake zimo duniani pote.
8 ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,
Hulikumbuka agano lake milele, neno ambalo aliamuru, kwa vizazi elfu,
9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।
agano alilolifanya na Abrahamu, kiapo alichomwapia Isaki.
10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,
Alilithibitisha kwa Yakobo kuwa amri, kwa Israeli liwe agano la milele:
11 “ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା।”
“Nitakupa wewe nchi ya Kanaani kuwa sehemu utakayoirithi.”
12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।
Walipokuwa wachache kwa idadi, wachache sana na wageni ndani yake,
13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।
walitangatanga kutoka taifa moja hadi jingine, kutoka ufalme mmoja hadi mwingine.
14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;
Hakuruhusu mtu yeyote awaonee; kwa ajili yao aliwakemea wafalme, akisema:
15 “ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”
“Msiwaguse niliowatia mafuta; msiwadhuru manabii wangu.”
16 ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।
Akaiita njaa juu ya nchi na kuharibu chakula chao chote,
17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;
naye akatuma mtu mbele yao, Yosefu, aliyeuzwa kama mtumwa.
18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;
Walichubua miguu yake kwa minyororo, shingo yake ilifungwa kwa chuma,
19 ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।
hadi yale aliyotangulia kusema yalipotimia, hadi neno la Bwana lilipomthibitisha.
20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।
Mfalme alituma watu wakamfungua, mtawala wa watu alimwachia huru.
21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;
Alimfanya mkuu wa nyumba yake, mtawala juu ya vyote alivyokuwa navyo,
22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।
kuwaelekeza wakuu wa mfalme apendavyo na kuwafundisha wazee wake hekima.
23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।
Kisha Israeli akaingia Misri, Yakobo akaishi kama mgeni katika nchi ya Hamu.
24 ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।
Bwana aliwafanya watu wake kuzaana sana, akawafanya kuwa wengi sana kuliko adui zao,
25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।
ndiye aliigeuza mioyo yao iwachukie watu wake, wakatenda hila dhidi ya watumishi wake.
26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।
Akamtuma Mose mtumishi wake, pamoja na Aroni, aliyemchagua.
27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।
Walifanya ishara zake za ajabu miongoni mwao, miujiza yake katika nchi ya Hamu.
28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।
Alituma giza na nchi ikajaa giza, kwani si walikuwa wameyaasi maneno yake?
29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ।
Aligeuza maji yao kuwa damu, ikasababisha samaki wao kufa.
30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା।
Nchi yao ilijaa vyura tele, ambao waliingia hadi kwenye vyumba vya kulala vya watawala wao.
31 ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।
Alisema, yakaja makundi ya mainzi, na viroboto katika nchi yao yote.
32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।
Alibadilisha mvua yao ikawa mvua ya mawe, yenye umeme wa radi nchini yao yote,
33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
akaharibu mizabibu yao na miti ya tini, na akaangamiza miti ya nchi yao.
34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;
Alisema, nzige wakaja, tunutu wasio na idadi,
35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।
wakala kila jani katika nchi yao, wakala mazao ya ardhi yao.
36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
Kisha akawaua wazaliwa wote wa kwanza katika nchi yao, matunda ya kwanza ya ujana wao wote.
37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।
Akawatoa Israeli katika nchi wakiwa na fedha na dhahabu nyingi, wala hakuna hata mmoja kutoka kabila zao aliyejikwaa.
38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।
Misri ilifurahi walipoondoka, kwa sababu hofu ya Israeli ilikuwa imewaangukia.
39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
Alitandaza wingu kama kifuniko, na moto kuwamulikia usiku.
40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
Waliomba, naye akawaletea kware, akawashibisha kwa mkate wa mbinguni.
41 ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।
Alipasua mwamba, maji yakabubujika, yakatiririka jangwani kama mto.
42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।
Kwa maana alikumbuka ahadi yake takatifu, aliyompa Abrahamu mtumishi wake.
43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
Aliwatoa watu wake kwa furaha, wateule wake kwa kelele za shangwe,
44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
akawapa nchi za mataifa, wakawa warithi wa mali wengine walikuwa wameitaabikia:
45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
alifanya haya ili wayashike mausia yake na kuzitii sheria zake. Msifuni Bwana.

< ଗୀତସଂହିତା 105 >