< ଗୀତସଂହିତା 106 >

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ। ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
هَلِّلُويَا. اِحْمَدُوا ٱلرَّبَّ لِأَنَّهُ صَالِحٌ، لِأَنَّ إِلَى ٱلْأَبَدِ رَحْمَتَهُ.١
2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
مَنْ يَتَكَلَّمُ بِجَبَرُوتِ ٱلرَّبِّ؟ مَنْ يُخْبِرُ بِكُلِّ تَسَابِيحِهِ؟٢
3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
طُوبَى لِلْحَافِظِينَ ٱلْحَقَّ وَلِلصَّانِعِ ٱلْبِرَّ فِي كُلِّ حِينٍ.٣
4 ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
ٱذْكُرْنِي يَارَبُّ بِرِضَا شَعْبِكَ. تَعَهَّدْنِي بِخَلَاصِكَ،٤
5 ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
لِأَرَى خَيْرَ مُخْتَارِيكَ. لِأَفْرَحَ بِفَرَحِ أُمَّتِكَ. لِأَفْتَخِرَ مَعَ مِيرَاثِكَ.٥
6 ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
أَخْطَأْنَا مَعَ آبَائِنَا. أَسَأْنَا وَأَذْنَبْنَا.٦
7 ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।
آبَاؤُنَا فِي مِصْرَ لَمْ يَفْهَمُوا عَجَائِبَكَ. لَمْ يَذْكُرُوا كَثْرَةَ مَرَاحِمِكَ، فَتَمَرَّدُوا عِنْدَ ٱلْبَحْرِ، عِنْدَ بَحْرِ سُوفٍ.٧
8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
فَخَلَّصَهُمْ مِنْ أَجْلِ ٱسْمِهِ، لِيُعَرِّفَ بِجَبَرُوتِهِ.٨
9 ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
وَٱنْتَهَرَ بَحْرَ سُوفٍ فَيَبِسَ، وَسَيَّرَهُمْ فِي ٱللُّجَجِ كَٱلْبَرِّيَّةِ.٩
10 ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।
وَخَلَّصَهُمْ مِنْ يَدِ ٱلْمُبْغِضِ، وَفَدَاهُمْ مِنْ يَدِ ٱلْعَدُوِّ.١٠
11 ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।
وَغَطَّتِ ٱلْمِيَاهُ مُضَايِقِيهِمْ. وَاحِدٌ مِنْهُمْ لَمْ يَبْقَ.١١
12 ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
فَآمَنُوا بِكَلَامِهِ. غَنَّوْا بِتَسْبِيحِهِ.١٢
13 ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
أَسْرَعُوا فَنَسُوا أَعْمَالَهُ. لَمْ يَنْتَظِرُوا مَشُورَتَهُ.١٣
14 ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
بَلِ ٱشْتَهَوْا شَهْوَةً فِي ٱلْبَرِّيَّةِ، وَجَرَّبُوا ٱللهَ فِي ٱلْقَفْرِ.١٤
15 ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
فَأَعْطَاهُمْ سُؤْلَهُمْ، وَأَرْسَلَ هُزَالًا فِي أَنْفُسِهِمْ.١٥
16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
وَحَسَدُوا مُوسَى فِي ٱلْمَحَلَّةِ، وَهارُونَ قُدُّوسَ ٱلرَّبِّ.١٦
17 ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।
فَتَحَتِ ٱلْأَرْضُ وَٱبْتَلَعَتْ دَاثَانَ، وَطَبَقَتْ عَلَى جَمَاعَةِ أَبِيرَامَ،١٧
18 ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
وَٱشْتَعَلَتْ نَارٌ فِي جَمَاعَتِهِمْ. ٱللَّهِيبُ أَحْرَقَ ٱلْأَشْرَارَ.١٨
19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
صَنَعُوا عِجْلًا فِي حُورِيبَ، وَسَجَدُوا لِتِمْثَالٍ مَسْبُوكٍ،١٩
20 ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
وَأَبْدَلُوا مَجْدَهُمْ بِمِثَالِ ثَوْرٍ آكِلِ عُشْبٍ.٢٠
21 ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
نَسُوا ٱللهَ مُخَلِّصَهُمُ، ٱلصَّانِعَ عَظَائِمَ فِي مِصْرَ،٢١
22 ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
وَعَجَائِبَ فِي أَرْضِ حَامٍ، وَمَخَاوِفَ عَلَى بَحْرِ سُوفٍ،٢٢
23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
فَقَالَ بِإِهْلَاكِهِمْ. لَوْلَا مُوسَى مُخْتَارُهُ وَقَفَ فِي ٱلثَّغْرِ قُدَّامَهُ لِيَصْرِفَ غَضَبَهُ عَنْ إِتْلَافِهِمْ.٢٣
24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
وَرَذَلُوا ٱلْأَرْضَ ٱلشَّهِيَّةَ. لَمْ يُؤْمِنُوا بِكَلِمَتِهِ.٢٤
25 ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
بَلْ تَمَرْمَرُوا فِي خِيَامِهِمْ. لَمْ يَسْمَعُوا لِصَوْتِ ٱلرَّبِّ،٢٥
26 ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
فَرَفَعَ يَدَهُ عَلَيْهِمْ لِيُسْقِطَهُمْ فِي ٱلْبَرِّيَّةِ،٢٦
27 ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।
وَلِيُسْقِطَ نَسْلَهُمْ بَيْنَ ٱلْأُمَمِ، وَلِيُبَدِّدَهُمْ فِي ٱلْأَرَاضِي.٢٧
28 ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
وَتَعَلَّقُوا بِبَعْلِ فَغُورَ، وَأَكَلُوا ذَبَائِحَ ٱلْمَوْتَى.٢٨
29 ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
وَأَغَاظُوهُ بِأَعْمَالِهِمْ فَٱقْتَحَمَهُمُ ٱلْوَبَأُ.٢٩
30 ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।
فَوَقَفَ فِينَحَاسُ وَدَانَ، فَٱمْتَنَعَ ٱلْوَبَأُ.٣٠
31 ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
فَحُسِبَ لَهُ ذَلِكَ بِرًّا إِلَى دَوْرٍ فَدَوْرٍ، إِلَى ٱلْأَبَدِ.٣١
32 ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
وَأَسْخَطُوهُ عَلَى مَاءِ مَرِيبَةَ حَتَّى تَأَذَّى مُوسَى بِسَبَبِهِمْ.٣٢
33 ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।
لِأَنَّهُمْ أَمَرُّوا رُوحَهُ حَتَّى فَرَطَ بِشَفَتَيْهِ.٣٣
34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
لَمْ يَسْتَأْصِلُوا ٱلْأُمَمَ ٱلَّذِينَ قَالَ لَهُمُ ٱلرَّبُّ عَنْهُمْ،٣٤
35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
بَلِ ٱخْتَلَطُوا بِٱلْأُمَمِ وَتَعَلَّمُوا أَعْمَالَهُمْ.٣٥
36 ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।
وَعَبَدُوا أَصْنَامَهُمْ، فَصَارَتْ لَهُمْ شَرَكًا.٣٦
37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
وَذَبَحُوا بَنِيهِمْ وَبَنَاتِهِمْ لِلْأَوْثَانِ.٣٧
38 ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
وَأَهْرَقُوا دَمًا زَكِيًّا، دَمَ بَنِيهِمْ وَبَنَاتِهِمِ ٱلَّذِينَ ذَبَحُوهُمْ لِأَصْنَامِ كَنْعَانَ، وَتَدَنَّسَتِ ٱلْأَرْضُ بِٱلدِّمَاءِ.٣٨
39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
وَتَنَجَّسُوا بِأَعْمَالِهِمْ وَزَنَوْا بِأَفْعَالِهِمْ.٣٩
40 ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା, ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।
فَحَمِيَ غَضَبُ ٱلرَّبِّ عَلَى شَعْبِهِ، وَكَرِهَ مِيرَاثَهُ.٤٠
41 ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
وَأَسْلَمَهُمْ لِيَدِ ٱلْأُمَمِ، وَتَسَلَّطَ عَلَيْهِمْ مُبْغِضُوهُمْ.٤١
42 ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
وَضَغَطَهُمْ أَعْدَاؤُهُمْ، فَذَلُّوا تَحْتَ يَدِهِمْ.٤٢
43 ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
مَرَّاتٍ كَثِيرَةً أَنْقَذَهُمْ، أَمَّا هُمْ فَعَصَوْهُ بِمَشُورَتِهِمْ وَٱنْحَطُّوا بِإِثْمِهِمْ.٤٣
44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
فَنَظَرَ إِلَى ضِيقِهِمْ إِذْ سَمِعَ صُرَاخَهُمْ.٤٤
45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
وَذَكَرَ لَهُمْ عَهْدَهُ، وَنَدِمَ حَسَبَ كَثْرَةِ رَحْمَتِهِ.٤٥
46 ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।
وَأَعْطَاهُمْ نِعْمَةً قُدَّامَ كُلِّ ٱلَّذِينَ سَبَوْهُمْ.٤٦
47 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
خَلِّصْنَا أَيُّهَا ٱلرَّبُّ إِلَهُنَا، وَٱجْمَعْنَا مِنْ بَيْنِ ٱلْأُمَمِ، لِنَحْمَدَ ٱسْمَ قُدْسِكَ، وَنَتَفَاخَرَ بِتَسْبِيحِكَ.٤٧
48 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
مُبَارَكٌ ٱلرَّبُّ إِلَهُ إِسْرَائِيلَ مِنَ ٱلْأَزَلِ وَإِلَى ٱلْأَبَدِ. وَيَقُولُ كُلُّ ٱلشَّعْبِ: «آمِينَ». هَلِّلُويَا.٤٨

< ଗୀତସଂହିତା 106 >