< ଗୀତସଂହିତା 107 >
1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Slavite Gospoda, ker dober je; ker vekomaj je dobrota njegova!
2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Govoré naj rešenci Gospodovi, katere je rešil iz stiske;
3 ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
Katere je zbral iz dežél od vzhoda in od zahoda, od severja in od morja.
4 ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
Tavali so po puščavi, po potih samotnih, mesta za prebivališče niso našli;
5 କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।
Lačni in žejni, njih duša je hirala v njh.
6 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
Klicali so Gospoda v stiski svoji; iz njih nadloge jih je rešil.
7 ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।
In vodil jih je po pravem potu, da so prišli v prebivališča mesto.
8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Slavé naj pred Gospodom milost njegovo, in čudovita dela njegova pri sinovih človeških:
9 ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।
Da on siti dušo potrebno, in dušo gladno napolnjuje z dobrim.
10 କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
Kateri sedevajo v temoti in smrtni senci, v bridkosti sponah in v železu,
11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;
Ker so dali priliko, izpremeniti besedo Boga mogočnega, in zavrgli so sklep Najvišjega,
12 ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।
Srce njih ponižuje s tisto nadlogo; omahujejo in nihče ne pomaga.
13 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ।
Klicali so Gospoda v stiski svoji; rešil jih je iz njih nadloge.
14 ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।
Izpeljal jih je iz temin in smrtne sence, raztrgal je njih vezí.
15 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
Slavé naj pri Gospodu milost njegovo, in čudovita dela njegova pri sinovih človeških.
16 ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।
Da on razbija bronasta vrata, in razlomi zapahe železne.
17 ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
Nespametni, zavoljo pota pregrehe, zavoljo krivic svojih so v bridkosti.
18 ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
Njih srce studi vsako hrano; bližajo se smrtnim durim.
19 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।
Klicali so Gospoda v stiski svoji, rešil jih je iz njih nadloge.
20 ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
Poslal je besedo svojo in ozdravil jih; in rešil iz njih jam.
21 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
Slavé naj pri Gospodu milost njegovo, in čudovita dela njegova pri sinovih človeških.
22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
In darujejo naj hvalne daritve ter oznanjajo s petjem dela njegova.
23 ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
Kateri so šli na morje v ladijah, in so opravljali delo na širnih vodah;
24 ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି।
Oni vidijo dela Gospodova in čuda njegova v globočini:
25 ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
Kako ukaže in naplavi vihar, kateri dviguje valove njegove,
26 ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ।
Kako se spenjajo do neba, in padajo v globočine; njih duša koprni v nadlogi;
27 ସେମାନେ ମତ୍ତ ଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ।
Opotekajo se in gibljejo kakor pijani; in vsa njih spretnost gine.
28 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
Klicali so Gospoda v stiski svoji, rešil jih je iz njih nadloge.
29 ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
Premenil je vihar v tišino, in utihnili so njih valovi.
30 ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।
In vesele, ko so potihnili valovi, peljal jih je v brodišče zaželeno.
31 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
Slavé naj pri Gospodu milost njegovo, in dela čudovita njegova pri sinovih človeških.
32 ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।
In poveličujejo naj ga v zboru ljudstva, in v seji starejšin naj ga hvalijo.
33 ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।
Reke izpreminja v puščavo, in vode tekoče v tla suhotna;
34 ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
Zemljo rodovitno v solnato zavoljo hudobnih prebivalcev njenih.
35 ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।
Puščavo izpreminja v stoječo vodo in zemljo suhotno v vode tekoče.
36 ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
Storivši, da prebivajo tam lakotni, in ustanové mesto za prebivališče,
37 ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।
In da posejejo njive in zasadé vinograde ter prideljujejo sad rodoviten.
38 ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
Blagoslavlja jih tako, da se množijo silno, in živine njih ne zmanjšuje.
39 ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି।
A zmanjšujejo se in uklanjajo hudobni v stiski in žalovanji,
40 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
Ko izliva zaničevanje nad prvake in dela, da tavajo po praznoti brez potov.
41 ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।
In stavi na višavo siromaka, in kakor čedo množi rodovine.
42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।
Vidijo naj pravični in se veselé; vsa malopridnost pa zapri usta svoja.
43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।
Kdorkoli je moder, vidi to in pazi na milost Gospodovo.