< ଗୀତସଂହିତା 11 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
“For the leader of the music. A psalm of David.” In the LORD do I put my trust. Why say ye to me, “Flee, like a bird, to your mountain?
2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।
For, lo! the wicked bend their bow; They make ready their arrows on the string, To shoot in secret at the upright in heart.
3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କʼଣ କରି ପାରିବ?
If the pillars be broken down, What can the righteous do?”
4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।
The LORD is in his holy palace; The LORD'S throne is in heaven; His eyes behold, his eyelids prove the children of men.
5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
The LORD trieth the righteous; But the wicked, and the lover of violence, his soul hateth.
6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
Upon the wicked he will rain lightning; Fire and brimstone and a burning wind shall be the portion of their cup.
7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
For the LORD is righteous; he loveth righteousness; The upright shall see his face.