< ଗୀତସଂହିତା 110 >

1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Psalm of David. Jehovah said unto my Lord, Sit at my right hand, until I put thine enemies [as] footstool of thy feet.
2 ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
Jehovah shall send the sceptre of thy might out of Zion: rule in the midst of thine enemies.
3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।
Thy people shall be willing in the day of thy power, in holy splendour: from the womb of the morning [shall come] to thee the dew of thy youth.
4 ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”
Jehovah hath sworn, and will not repent, Thou art priest for ever after the order of Melchisedek.
5 ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
The Lord at thy right hand will smite through kings in the day of his anger.
6 ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
He shall judge among the nations; he shall fill [all places] with dead bodies; he shall smite through the head over a great country.
7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
He shall drink of the brook in the way; therefore shall he lift up the head.

< ଗୀତସଂହିତା 110 >