< ଗୀତସଂହିତା 111 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
阿肋路亞。在義人的集會和團聚中,我要全心讚頌上主。
2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
上主的化工確實偉大,凡喜愛祂的必須究察。
3 ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।
上主的作為輝煌,上主的正義常存。
4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
上主的奇蹟不可遺忘;上主實在是慈愛而溫良。
5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।
上主賜給敬愛祂的人食物,上主永遠懷念自己的盟約。
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।
祂將偉業的異能啟示給選民,把外邦人的產業賞賜給他們。
7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
上主所行的是真誠正義;上主的一切規誡堅定不移。
8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।
為萬世萬代永遠立定,全是基於真理和公正。
9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।
祂速來救贖祂的百姓,永遠立定了祂的約盟;祂的名是神聖而可敬。
10 ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
敬愛上主,是智慧的開始:實行敬愛的人,算有智慧;他的榮譽,必定存留永世。