< ଗୀତସଂହିତା 111 >
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
Msifuni Yahwe. Nitamshukuru Yahwe kwa moyo wangu wote katikati ya kusanyiko la wanye haki, na katika mkutano.
2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
Kazi za Yahwe ni kuu, zikisubiriwa na wale wazitamanio.
3 ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।
Kazi yake ni adhama na utukufu, na haki yake yadumu milele.
4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Hufanya mambo makuu ambayo yatakumbukwa; Yahwe ni mwenye huruma na neema.
5 ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।
Huwapa chakula wafuasi wake waaminifu. Siku zote atalikumbuka agano lake.
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।
Alionesha uweza wa kazi zake kwa watu wake kwa kuwapa urithi wa mataifa.
7 ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
Kazi za mikono yake ni za kuaminika na haki; maagizo yake yote ni ya kuaminika.
8 ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।
Yamethibitika milele, yamefanywa katika uaminifu na vizuri.
9 ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।
Aliwapa ushindi watu wake; aliliteuwa agano lake milele; jina lake ni takatifu na lakutisha.
10 ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Kumcha Yahwe ni mwanzo wa hekima; wale washikao maagizo yake wana uelewa mzuri. Sifa yake yadumu milele.