< ଗୀତସଂହିତା 114 >
1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
Sa’ad da Isra’ila ya fito daga Masar, gidan Yaƙub daga mutane masu baƙon harshe,
2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
Yahuda ya zama wuri mai tsarki na Allah, Isra’ila mallakarsa.
3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
Teku ya kalla ya kuma gudu, Urdun ya juye da baya;
4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
duwatsu suka yi tsalle kamar raguna, tuddai kamar tumaki.
5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ?
Me ya sa, ya teku, kika gudu, Ya Urdun, ka juya baya,
6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?
ku duwatsu, kuka yi tsalle kamar raguna, ku tuddai, kamar tumaki?
7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
Ki yi rawar jiki, ya duniya, a gaban Ubangiji, a gaban Allah na Yaƙub,
8 ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ।
wanda ya juye dutse ya zama tafki, dutse mai ƙarfi zuwa maɓulɓulan ruwa.