< ଗୀତସଂହିତା 115 >

1 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
Kwa ife ayi Yehova, kwa ife ayi koma ulemerero ukhale pa dzina lanu, chifukwa cha chikondi chanu chosasinthika ndiponso chifukwa cha kukhulupirika kwanu.
2 “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
Chifukwa chiyani anthu a mitundu ina akunena kuti, “Mulungu wawo ali kuti?”
3 ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
Mulungu wathu ali kumwamba; Iye amachita chilichonse chimene chimamukondweretsa.
4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Koma mafano awo ndi siliva ndi golide, opangidwa ndi manja a anthu.
5 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
Pakamwa ali napo koma sayankhula, maso ali nawo koma sapenya;
6 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
makutu ali nawo koma samva, mphuno ali nazo koma sanunkhiza;
7 ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
manja ali nawo koma akakhudza samva kanthu; mapazi ali nawo koma sayenda; kapena pakhosi pawo kutulutsa mawu.
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
Anthu amene amapanga mafanowo adzafanana nawo, chimodzimodzinso onse amene amadalira mafanowo.
9 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
Inu Aisraeli, dalirani Yehova; Iye ndiye thandizo lanu ndi chishango chanu.
10 ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
Iwe nyumba ya Aaroni, dalira Yehova; Iye ndiye thandizo lako ndi chishango chako.
11 ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
Inu amene mumaopa Iye, dalirani Yehova; Iye ndiye thandizo lanu ndi chishango chanu.
12 ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
Yehova watikumbukira ndipo adzatidalitsa: adzadalitsa nyumba ya Israeli, adzadalitsa nyumba ya Aaroni,
13 ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
adzadalitsa iwo amene amaopa Yehova; aangʼono ndi aakulu omwe.
14 ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
Yehova akuwonjezereni madalitso; inuyo pamodzi ndi ana anu.
15 ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।
Mudalitsidwe ndi Yehova, Wolenga kumwamba ndi dziko lapansi.
16 ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
Kumwamba ndi kwa Yehova, koma dziko lapansi Iye walipereka kwa anthu.
17 ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
Si anthu akufa amene amatamanda Yehova, amene amatsikira kuli chete;
18 ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ndi ife amene timatamanda Yehova, kuyambira tsopano mpaka muyaya. Tamandani Yehova.

< ଗୀତସଂହିତା 115 >