< ଗୀତସଂହିତା 115 >

1 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
여호와여, 영광을 우리에게 돌리지 마옵소서 우리에게 돌리지 마옵소서 오직 주의 인자하심과 진실하심을 인하여 주의 이름에 돌리옵소서
2 “ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
어찌하여 열방으로 저희 하나님이 이제 어디 있느냐? 말하게 하리이까
3 ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
오직 우리 하나님은 하늘에 계셔서 원하시는 모든 것을 행하셨나이다
4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
저희 우상은 은과 금이요 사람의 수공물이라
5 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
입이 있어도 말하지 못하며 눈이 있어도 보지 못하며
6 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
귀가 있어도 듣지 못하며 코가 있어도 맡지 못하며
7 ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
손이 있어도 만지지 못하며 발이 있어도 걷지 못하며 목구멍으로 소리도 못하느니라
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
우상을 만드는 자와 그것을 의지하는 자가 다 그와 같으리로다
9 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
이스라엘아, 여호와를 의지하라! 그는 너희 도움이시요 너희 방패시로다
10 ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
아론의 집이여, 여호와를 의지하라! 그는 너희 도움이시요 너희 방패시로다
11 ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
여호와를 경외하는 너희는 여호와를 의지하라! 그는 너희 도움이시요 너희 방패시로다
12 ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
여호와께서 우리를 생각하사 복을 주시되 이스라엘 집에도 복을 주시고 아론의 집에도 복을 주시며
13 ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
대소 무론하고 여호와를 경외하는 자에게 복을 주시리로다
14 ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
여호와께서 너희 곧 너희와 또 너희 자손을 더욱 번창케 하시기를 원하노라
15 ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।
너희는 천지를 지으신 여호와께 복을 받는자로다!
16 ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
하늘은 여호와의 하늘이라도 땅은 인생에게 주셨도다
17 ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
죽은 자가 여호와를 찬양하지 못하나니 적막한 데 내려가는 아무도 못하리로다
18 ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
우리는 이제부터 영원까지 여호와를 송축하리로다 할렐루야!

< ଗୀତସଂହିତା 115 >