< ଗୀତସଂହିତା 116 >

1 ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।
Аллилуия. Я радуюсь, что Господь услышал голос мой, моление мое;
2 ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
приклонил ко мне ухо Свое, и потому буду призывать Его во все дни мои.
3 ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି। (Sheol h7585)
Объяли меня болезни смертные, муки адские постигли меня; я встретил тесноту и скорбь. (Sheol h7585)
4 ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର।”
Тогда призвал я имя Господне: Господи! избавь душу мою.
5 ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
Милостив Господь и праведен, и милосерд Бог наш.
6 ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ।
Хранит Господь простодушных: я изнемог, и Он помог мне.
7 ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।
Возвратись, душа моя, в покой твой, ибо Господь облагодетельствовал тебя.
8 ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।
Ты избавил душу мою от смерти, очи мои от слез и ноги мои от преткновения.
9 ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।
Буду ходить пред лицем Господним на земле живых.
10 ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”
Аллилуия. Я веровал, и потому говорил: я сильно сокрушен.
11 ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”
Я сказал в опрометчивости моей: всякий человек ложь.
12 ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?
Что воздам Господу за все благодеяния Его ко мне?
13 ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
Чашу спасения прииму и имя Господне призову.
14 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।
Обеты мои воздам Господу пред всем народом Его.
15 ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍‍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।
Дорога в очах Господних смерть святых Его!
16 ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
О, Господи! я раб Твой, я раб Твой и сын рабы Твоей; Ты разрешил узы мои.
17 ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
Тебе принесу жертву хвалы, и имя Господне призову.
18 ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
Обеты мои воздам Господу пред всем народом Его,
19 ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
во дворах дома Господня, посреди тебя, Иерусалим! Аллилуия.

< ଗୀତସଂହିତା 116 >