< ଗୀତସଂହିତା 118 >

1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
הודו ליהוה כי-טוב כי לעולם חסדו
2 ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
יאמר-נא ישראל כי לעולם חסדו
3 ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
יאמרו-נא בית-אהרן כי לעולם חסדו
4 ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
יאמרו-נא יראי יהוה כי לעולם חסדו
5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
מן-המצר קראתי יה ענני במרחב יה
6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?
יהוה לי לא אירא מה-יעשה לי אדם
7 ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
יהוה לי בעזרי ואני אראה בשנאי
8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
טוב לחסות ביהוה-- מבטח באדם
9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
טוב לחסות ביהוה-- מבטח בנדיבים
10 ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
כל-גוים סבבוני בשם יהוה כי אמילם
11 ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
סבוני גם-סבבוני בשם יהוה כי אמילם
12 ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
סבוני כדבורים-- דעכו כאש קוצים בשם יהוה כי אמילם
13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
דחה דחיתני לנפל ויהוה עזרני
14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
עזי וזמרת יה ויהי-לי לישועה
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
קול רנה וישועה--באהלי צדיקים ימין יהוה עשה חיל
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
ימין יהוה רוממה ימין יהוה עשה חיל
17 ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
לא-אמות כי-אחיה ואספר מעשי יה
18 ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
יסר יסרני יה ולמות לא נתנני
19 ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
פתחו-לי שערי-צדק אבא-בם אודה יה
20 ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
זה-השער ליהוה צדיקים יבאו בו
21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
אודך כי עניתני ותהי-לי לישועה
22 ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
אבן מאסו הבונים-- היתה לראש פנה
23 ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
מאת יהוה היתה זאת היא נפלאת בעינינו
24 ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
זה-היום עשה יהוה נגילה ונשמחה בו
25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
אנא יהוה הושיעה נא אנא יהוה הצליחה נא
26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
ברוך הבא בשם יהוה ברכנוכם מבית יהוה
27 ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
אל יהוה--ויאר-לנו אסרו-חג בעבתים--עד קרנות המזבח
28 ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
אלי אתה ואודך אלהי ארוממך
29 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
הודו ליהוה כי-טוב כי לעולם חסדו

< ଗୀତସଂହିତା 118 >