< ଗୀତସଂହିତା 119 >

1 ଆଲେଫ୍‍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Blessed are the undefiled in the way, who walk in the law of the LORD.
2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
Blessed are they that keep his testimonies, and that seek him with the whole heart.
3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
They also do no iniquity: they walk in his ways.
4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
You have commanded us to keep your precepts diligently.
5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
O that my ways were directed to keep your statutes!
6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
Then shall I not be ashamed, when I have respect unto all your commandments.
7 ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
I will praise you with uprightness of heart, when I shall have learned your righteous judgments.
8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍‍।
I will keep your statutes: O forsake me not utterly.
9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
Wherewithal shall a young man cleanse his way? by taking heed thereto according to your word.
10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
With my whole heart have I sought you: O let me not wander from your commandments.
11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
Your word have I hid in mine heart, that I might not sin against you.
12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
Blessed are you, O LORD: teach me your statutes.
13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
With my lips have I declared all the judgments of your mouth.
14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
I have rejoiced in the way of your testimonies, as much as in all riches.
15 ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
I will meditate in your precepts, and have respect unto your ways.
16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍‍।
I will delight myself in your statutes: I will not forget your word.
17 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
Deal bountifully with your servant, that I may live, and keep your word.
18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
Open you mine eyes, that I may behold wondrous things out of your law.
19 ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
I am a stranger in the earth: hide not your commandments from me.
20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
My soul breaks for the longing that it has unto your judgments at all times.
21 ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
You have rebuked the proud that are cursed, which do go astray from your commandments.
22 ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
Remove from me reproach and contempt; for I have kept your testimonies.
23 ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
Princes also did sit and speak against me: but your servant did meditate in your statutes.
24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍‍।
Your testimonies also are my delight and my counsellors.
25 ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।
My soul cleaves unto the dust: you restore life in me according to your word.
26 ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
I have declared my ways, and you heard me: teach me your statutes.
27 ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
Make me to understand the way of your precepts: so shall I talk of your wondrous works.
28 ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
My soul melts for heaviness: strengthen you me according unto your word.
29 ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
Remove from me the way of lying: and grant me your law graciously.
30 ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
I have chosen the way of truth: your judgments have I laid before me.
31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
I have stuck unto your testimonies: O LORD, put me not to shame.
32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।
I will run the way of your commandments, when you shall enlarge my heart.
33 ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
Teach me, O LORD, the way of your statutes; and I shall keep it unto the end.
34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
Give me understanding, and I shall keep your law; yea, I shall observe it with my whole heart.
35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
Make me to go in the path of your commandments; for therein do I delight.
36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
Incline my heart unto your testimonies, and not to covetousness.
37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
Turn away mine eyes from beholding vanity; and you restore life in me in your way.
38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
Establish your word unto your servant, who is devoted to your fear.
39 ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।
Turn away my reproach which I fear: for your judgments are good.
40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।
Behold, I have longed after your precepts: restore life in me in your righteousness.
41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
Let your mercies come also unto me, O LORD, even your salvation, according to your word.
42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
So shall I have wherewith to answer him that reproaches me: for I trust in your word.
43 ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
And take not the word of truth utterly out of my mouth; for I have hoped in your judgments.
44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
So shall I keep your law continually for ever and ever.
45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
And I will walk at liberty: for I seek your precepts.
46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
I will speak of your testimonies also before kings, and will not be ashamed.
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
And I will delight myself in your commandments, which I have loved.
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍‍।
My hands also will I lift up unto your commandments, which I have loved; and I will meditate in your statutes.
49 ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
Remember the word unto your servant, upon which you have caused me to hope.
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
This is my comfort in my affliction: for your word has quickened me.
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
The proud have had me greatly in derision: yet have I not declined from your law.
52 ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
I remembered your judgments of old, O LORD; and have comforted myself.
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
Horror has taken hold upon me because of the wicked that forsake your law.
54 ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
Your statutes have been my songs in the house of my pilgrimage.
55 ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
I have remembered your name, O LORD, in the night, and have kept your law.
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି। ହେତ୍।
This I had, because I kept your precepts.
57 ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
You are my portion, O LORD: I have said that I would keep your words.
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।
I implored your favour with my whole heart: be merciful unto me according to your word.
59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
I thought on my ways, and turned my feet unto your testimonies.
60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
I made haste, and delayed not to keep your commandments.
61 ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
The bands of the wicked have robbed me: but I have not forgotten your law.
62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
At midnight I will rise to give thanks unto you because of your righteous judgments.
63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
I am a companion of all them that fear you, and of them that keep your precepts.
64 ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍‍।
The earth, O LORD, is full of your mercy: teach me your statutes.
65 ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
You have dealt well with your servant, O LORD, according unto your word.
66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
Teach me good judgment and knowledge: for I have believed your commandments.
67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
Before I was afflicted I went astray: but now have I kept your word.
68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
You are good, and do good; teach me your statutes.
69 ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
The proud have forged a lie against me: but I will keep your precepts with my whole heart.
70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
Their heart is as fat as grease; but I delight in your law.
71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
It is good for me that I have been afflicted; that I might learn your statutes.
72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। ଇୟୂଦ୍‍।
The law of your mouth is better unto me than thousands of gold and silver.
73 ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
Your hands have made me and fashioned me: give me understanding, that I may learn your commandments.
74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
They that fear you will be glad when they see me; because I have hoped in your word.
75 ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
I know, O LORD, that your judgments are right, and that you in faithfulness have afflicted me.
76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
Let, I pray you, your merciful kindness be for my comfort, according to your word unto your servant.
77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
Let your tender mercies come unto me, that I may live: for your law is my delight.
78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
Let the proud be ashamed; for they dealt perversely with me without a cause: but I will meditate in your precepts.
79 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
Let those that fear you turn unto me, and those that have known your testimonies.
80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ। କଫ୍‍।
Let my heart be sound in your statutes; that I be not ashamed.
81 ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
My soul faints for your salvation: but I hope in your word.
82 ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
Mine eyes fail for your word, saying, When will you comfort me?
83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
For I am become like a bottle in the smoke; yet do I not forget your statutes.
84 ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
How many are the days of your servant? when will you execute judgment on them that persecute me?
85 ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।
The proud have dug pits for me, which are not after your law.
86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
All your commandments are faithful: they persecute me wrongfully; help you me.
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
They had almost consumed me upon earth; but I forsook not your precepts.
88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍‍।
Restore life in me after your loving kindness; so shall I keep the testimony of your mouth.
89 ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
For ever, O LORD, your word is settled in heaven.
90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
Your faithfulness is unto all generations: you have established the earth, and it abides.
91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
They continue this day according to your ordinances: for all are your servants.
92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।
Unless your law had been my delights, I should then have perished in mine affliction.
93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
I will never forget your precepts: for with them you have quickened me.
94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
I am yours, save me: for I have sought your precepts.
95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
The wicked have waited for me to destroy me: but I will consider your testimonies.
96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ। ମେମ୍‍।
I have seen an end of all perfection: but your commandment is exceeding broad.
97 ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
O how I love your law! it is my meditation all the day.
98 ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
You through your commandments have made me wiser than mine enemies: for they are ever with me.
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
I have more understanding than all my teachers: for your testimonies are my (meditation)
100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
I understand more than the ancients, because I keep your precepts.
101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
I have refrained my feet from every evil way, that I might keep your word.
102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
I have not departed from your judgments: for you have taught me.
103 ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
How sweet are your words unto my taste! yea, sweeter than honey to my mouth!
104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍‍।
Through your precepts I get understanding: therefore I hate every false way.
105 ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
Your word is a lamp unto my feet, and a light unto my path.
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
I have sworn, and I will perform it, that I will keep your righteous judgments.
107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
I am afflicted very much: restore life in me, O LORD, according unto your word.
108 ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
Accept, I plead to you, the freewill offerings of my mouth, O LORD, and teach me your judgments.
109 ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
My soul is continually in my hand: yet do I not forget your law.
110 ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
The wicked have laid a snare for me: yet I erred not from your precepts.
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
Your testimonies have I taken as an heritage for ever: for they are the rejoicing of my heart.
112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍‍।
I have inclined mine heart to perform your statutes always, even unto the end.
113 ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
I hate vain thoughts: but your law do I love.
114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
You are my hiding place and my shield: I hope in your word.
115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
Depart from me, all of you evildoers: for I will keep the commandments of my God.
116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
Uphold me according unto your word, that I may live: and let me not be ashamed of my hope.
117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
Hold you me up, and I shall be safe: and I will have respect unto your statutes continually.
118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
You have trodden down all them that go astray from your statutes: for their deceit is falsehood.
119 ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
You put away all the wicked of the earth like dross: therefore I love your testimonies.
120 ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍‍।
My flesh trembles for fear of you; and I am afraid of your judgments.
121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
I have done judgment and justice: leave me not to mine oppressors.
122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
Be guarantor for your servant for good: let not the proud oppress me.
123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
Mine eyes fail for your salvation, and for the word of your righteousness.
124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
Deal with your servant according unto your mercy, and teach me your statutes.
125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
I am your servant; give me understanding, that I may know your testimonies.
126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
It is time for you, LORD, to work: for they have made void your law.
127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
Therefore I love your commandments above gold; yea, above fine gold.
128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।
Therefore I esteem all your precepts concerning all things to be right; and I hate every false way.
129 ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।
Your testimonies are wonderful: therefore does my soul keep them.
130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
The entrance of your words gives light; it gives understanding unto the simple.
131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
I opened my mouth, and panted: for I longed for your commandments.
132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
Look you upon me, and be merciful unto me, as you use to do unto those that love your name.
133 ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
Order my steps in your word: and let not any iniquity have dominion over me.
134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
Deliver me from the oppression of man: so will I keep your precepts.
135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
Make your face to shine upon your servant; and teach me your statutes.
136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।
Rivers of waters run down mine eyes, because they keep not your law.
137 ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
Righteous are you, O LORD, and upright are your judgments.
138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
Your testimonies that you have commanded are righteous and very faithful.
139 ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
My zeal has consumed me, because mine enemies have forgotten your words.
140 ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
Your word is very pure: therefore your servant loves it.
141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
I am small and despised: yet do not I forget your precepts.
142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
Your righteousness is an everlasting righteousness, and your law is the truth.
143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
Trouble and anguish have taken hold on me: yet your commandments are my delights.
144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। କଫ।
The righteousness of your testimonies is everlasting: give me understanding, and I shall live.
145 ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
I cried with my whole heart; hear me, O LORD: I will keep your statutes.
146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।
I cried unto you; save me, and I shall keep your testimonies.
147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
I prevented the dawning of the morning, and cried: I hoped in your word.
148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
Mine eyes prevent the night watches, that I might meditate in your word.
149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।
Hear my voice according unto your loving kindness: O LORD, restore life in me according to your judgment.
150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
They draw nigh that follow after mischief: they are far from your law.
151 ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
You are near, O LORD; and all your commandments are truth.
152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। ରେଶ୍‍।
Concerning your testimonies, I have known of old that you have founded them for ever.
153 ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
Consider mine affliction, and deliver me: for I do not forget your law.
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
Plead my cause, and deliver me: restore life in me according to your word.
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
Salvation is far from the wicked: for they seek not your statutes.
156 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
Great are your tender mercies, O LORD: restore life in me according to your judgments.
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
Many are my persecutors and mine enemies; yet do I not decline from your testimonies.
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
I beheld the transgressors, and was grieved; because they kept not your word.
159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
Consider how I love your precepts: restore life in me, O LORD, according to your loving kindness.
160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍‍।
Your word is true from the beginning: and every one of your righteous judgments endures for ever.
161 ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
Princes have persecuted me without a cause: but my heart stands in awe of your word.
162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
I rejoice at your word, as one that finds great spoil.
163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
I hate and detest lying: but your law do I love.
164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
Seven times a day do I praise you because of your righteous judgments.
165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
Great peace have they which love your law: and nothing shall offend them.
166 ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
LORD, I have hoped for your salvation, and done your commandments.
167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
My soul has kept your testimonies; and I love them exceedingly.
168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି। ତୌ।
I have kept your precepts and your testimonies: for all my ways are before you.
169 ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
Let my cry come near before you, O LORD: give me understanding according to your word.
170 ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
Let my supplication come before you: deliver me according to your word.
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
My lips shall utter praise, when you have taught me your statutes.
172 ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
My tongue shall speak of your word: for all your commandments are righteousness.
173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
Let your hand help me; for I have chosen your precepts.
174 ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
I have longed for your salvation, O LORD; and your law is my delight.
175 ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
Let my soul live, and it shall praise you; and let your judgments help me.
176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
I have gone astray like a lost sheep; seek your servant; for I do not forget your commandments.

< ଗୀତସଂହିତା 119 >