< ଗୀତସଂହିତା 119 >

1 ଆଲେଫ୍‍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
ALEPH Blessed are those whose ways are blameless, who walk according to the LORD’s law.
2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
Blessed are those who keep his statutes, who seek him with their whole heart.
3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
Yes, they do nothing wrong. They walk in his ways.
4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
You have commanded your precepts, that we should fully obey them.
5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
Oh that my ways were steadfast to obey your statutes!
6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
Then I wouldn’t be disappointed, when I consider all of your commandments.
7 ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
I will give thanks to you with uprightness of heart, when I learn your righteous judgements.
8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ।
I will observe your statutes. Don’t utterly forsake me.
9 ବୈତ୍‍। ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
BETH How can a young man keep his way pure? By living according to your word.
10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
With my whole heart I have sought you. Don’t let me wander from your commandments.
11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
I have hidden your word in my heart, that I might not sin against you.
12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
Blessed are you, LORD. Teach me your statutes.
13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
With my lips, I have declared all the ordinances of your mouth.
14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
I have rejoiced in the way of your testimonies, as much as in all riches.
15 ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
I will meditate on your precepts, and consider your ways.
16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।
I will delight myself in your statutes. I will not forget your word.
17 ଗିମେଲ୍‍। ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
GIMEL Do good to your servant. I will live and I will obey your word.
18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
Open my eyes, that I may see wondrous things out of your Torah.
19 ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
I am a stranger on the earth. Don’t hide your commandments from me.
20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
My soul is consumed with longing for your ordinances at all times.
21 ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
You have rebuked the proud who are cursed, who wander from your commandments.
22 ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
Take reproach and contempt away from me, for I have kept your statutes.
23 ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
Though princes sit and slander me, your servant will meditate on your statutes.
24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ।
Indeed your statutes are my delight, and my counsellors.
25 ଦାଲତ୍‍। ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।
DALETH My soul is laid low in the dust. Revive me according to your word!
26 ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
I declared my ways, and you answered me. Teach me your statutes.
27 ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
Let me understand the teaching of your precepts! Then I will meditate on your wondrous works.
28 ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
My soul is weary with sorrow; strengthen me according to your word.
29 ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
Keep me from the way of deceit. Grant me your Torah graciously!
30 ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
I have chosen the way of truth. I have set your ordinances before me.
31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
I cling to your statutes, LORD. Don’t let me be disappointed.
32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି।
I run in the path of your commandments, for you have set my heart free.
33 ହେ। ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
HE Teach me, LORD, the way of your statutes. I will keep them to the end.
34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
Give me understanding, and I will keep your Torah. Yes, I will obey it with my whole heart.
35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
Direct me in the path of your commandments, for I delight in them.
36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
Turn my heart towards your statutes, not towards selfish gain.
37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
Turn my eyes away from looking at worthless things. Revive me in your ways.
38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
Fulfil your promise to your servant, that you may be feared.
39 ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।
Take away my disgrace that I dread, for your ordinances are good.
40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର।
Behold, I long for your precepts! Revive me in your righteousness.
41 ବୌ। ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
VAV Let your loving kindness also come to me, LORD, your salvation, according to your word.
42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
So I will have an answer for him who reproaches me, for I trust in your word.
43 ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
Don’t snatch the word of truth out of my mouth, for I put my hope in your ordinances.
44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
So I will obey your Torah continually, forever and ever.
45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
I will walk in liberty, for I have sought your precepts.
46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
I will also speak of your statutes before kings, and will not be disappointed.
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
I will delight myself in your commandments, because I love them.
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
I reach out my hands for your commandments, which I love. I will meditate on your statutes.
49 ସୟିନ୍‍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
ZAYIN Remember your word to your servant, because you gave me hope.
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
This is my comfort in my affliction, for your word has revived me.
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
The arrogant mock me excessively, but I don’t swerve from your Torah.
52 ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
I remember your ordinances of old, LORD, and have comforted myself.
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
Indignation has taken hold on me, because of the wicked who forsake your Torah.
54 ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
Your statutes have been my songs in the house where I live.
55 ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
I have remembered your name, LORD, in the night, and I obey your Torah.
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।
This is my way, that I keep your precepts.
57 ହେତ୍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
HETH The LORD is my portion. I promised to obey your words.
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।
I sought your favour with my whole heart. Be merciful to me according to your word.
59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
I considered my ways, and turned my steps to your statutes.
60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
I will hurry, and not delay, to obey your commandments.
61 ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
The ropes of the wicked bind me, but I won’t forget your Torah.
62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
At midnight I will rise to give thanks to you, because of your righteous ordinances.
63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
I am a friend of all those who fear you, of those who observe your precepts.
64 ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ।
The earth is full of your loving kindness, LORD. Teach me your statutes.
65 ଟେଟ୍‍। ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
TETH You have treated your servant well, according to your word, LORD.
66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
Teach me good judgement and knowledge, for I believe in your commandments.
67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
Before I was afflicted, I went astray; but now I observe your word.
68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
You are good, and do good. Teach me your statutes.
69 ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
The proud have smeared a lie upon me. With my whole heart, I will keep your precepts.
70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
Their heart is as callous as the fat, but I delight in your Torah.
71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
It is good for me that I have been afflicted, that I may learn your statutes.
72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ।
The Torah you have spoken is better to me than thousands of pieces of gold and silver.
73 ଇୟୂଦ୍‍। ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
YODH Your hands have made me and formed me. Give me understanding, that I may learn your commandments.
74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
Those who fear you will see me and be glad, because I have put my hope in your word.
75 ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
LORD, I know that your judgements are righteous, that in faithfulness you have afflicted me.
76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
Please let your loving kindness be for my comfort, according to your word to your servant.
77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
Let your tender mercies come to me, that I may live; for your Torah is my delight.
78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
Let the proud be disappointed, for they have overthrown me wrongfully. I will meditate on your precepts.
79 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
Let those who fear you turn to me. They will know your statutes.
80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ।
Let my heart be blameless towards your decrees, that I may not be disappointed.
81 କଫ୍‍। ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
KAPF My soul faints for your salvation. I hope in your word.
82 ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
My eyes fail for your word. I say, “When will you comfort me?”
83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
For I have become like a wineskin in the smoke. I don’t forget your statutes.
84 ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
How many are the days of your servant? When will you execute judgement on those who persecute me?
85 ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।
The proud have dug pits for me, contrary to your Torah.
86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
All of your commandments are faithful. They persecute me wrongfully. Help me!
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
They had almost wiped me from the earth, but I didn’t forsake your precepts.
88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।
Preserve my life according to your loving kindness, so I will obey the statutes of your mouth.
89 ଲାମଦ୍‍। ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
LAMEDH LORD, your word is settled in heaven forever.
90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
Your faithfulness is to all generations. You have established the earth, and it remains.
91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
Your laws remain to this day, for all things serve you.
92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।
Unless your Torah had been my delight, I would have perished in my affliction.
93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
I will never forget your precepts, for with them, you have revived me.
94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
I am yours. Save me, for I have sought your precepts.
95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
The wicked have waited for me, to destroy me. I will consider your statutes.
96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।
I have seen a limit to all perfection, but your commands are boundless.
97 ମେମ୍‍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
MEM How I love your Torah! It is my meditation all day.
98 ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
Your commandments make me wiser than my enemies, for your commandments are always with me.
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
I have more understanding than all my teachers, for your testimonies are my (meditation)
100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
I understand more than the aged, because I have kept your precepts.
101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
I have kept my feet from every evil way, that I might observe your word.
102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
I have not turned away from your ordinances, for you have taught me.
103 ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
How sweet are your promises to my taste, more than honey to my mouth!
104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
Through your precepts, I get understanding; therefore I hate every false way.
105 ନୂନ୍‍। ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
NUN Your word is a lamp to my feet, and a light for my path.
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
I have sworn, and have confirmed it, that I will obey your righteous ordinances.
107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
I am afflicted very much. Revive me, LORD, according to your word.
108 ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
Accept, I beg you, the willing offerings of my mouth. LORD, teach me your ordinances.
109 ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
My soul is continually in my hand, yet I won’t forget your Torah.
110 ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
The wicked have laid a snare for me, yet I haven’t gone astray from your precepts.
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
I have taken your testimonies as a heritage forever, for they are the joy of my heart.
112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
I have set my heart to perform your statutes forever, even to the end.
113 ସାମକ୍‍। ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
SAMEKH I hate double-minded men, but I love your Torah.
114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
You are my hiding place and my shield. I hope in your word.
115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
Depart from me, you evildoers, that I may keep the commandments of my God.
116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
Uphold me according to your word, that I may live. Let me not be ashamed of my hope.
117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
Hold me up, and I will be safe, and will have respect for your statutes continually.
118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
You reject all those who stray from your statutes, for their deceit is in vain.
119 ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
You put away all the wicked of the earth like dross. Therefore I love your testimonies.
120 ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
My flesh trembles for fear of you. I am afraid of your judgements.
121 ଅଇନ୍‍। ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
AYIN I have done what is just and righteous. Don’t leave me to my oppressors.
122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
Ensure your servant’s well-being. Don’t let the proud oppress me.
123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
My eyes fail looking for your salvation, for your righteous word.
124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
Deal with your servant according to your loving kindness. Teach me your statutes.
125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
I am your servant. Give me understanding, that I may know your testimonies.
126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
It is time to act, LORD, for they break your Torah.
127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
Therefore I love your commandments more than gold, yes, more than pure gold.
128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
Therefore I consider all of your precepts to be right. I hate every false way.
129 ପେ। ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।
PE Your testimonies are wonderful, therefore my soul keeps them.
130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
The entrance of your words gives light. It gives understanding to the simple.
131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
I opened my mouth wide and panted, for I longed for your commandments.
132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
Turn to me, and have mercy on me, as you always do to those who love your name.
133 ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
Establish my footsteps in your word. Don’t let any iniquity have dominion over me.
134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
Redeem me from the oppression of man, so I will observe your precepts.
135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
Make your face shine on your servant. Teach me your statutes.
136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।
Streams of tears run down my eyes, because they don’t observe your Torah.
137 ସାଦେ। ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
TZADHE You are righteous, LORD. Your judgements are upright.
138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
You have commanded your statutes in righteousness. They are fully trustworthy.
139 ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
My zeal wears me out, because my enemies ignore your words.
140 ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
Your promises have been thoroughly tested, and your servant loves them.
141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
I am small and despised. I don’t forget your precepts.
142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
Your righteousness is an everlasting righteousness. Your Torah is truth.
143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
Trouble and anguish have taken hold of me. Your commandments are my delight.
144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି।
Your testimonies are righteous forever. Give me understanding, that I may live.
145 କଫ। ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
QOPH I have called with my whole heart. Answer me, LORD! I will keep your statutes.
146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।
I have called to you. Save me! I will obey your statutes.
147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
I rise before dawn and cry for help. I put my hope in your words.
148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
My eyes stay open through the night watches, that I might meditate on your word.
149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।
Hear my voice according to your loving kindness. Revive me, LORD, according to your ordinances.
150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
They draw near who follow after wickedness. They are far from your Torah.
151 ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
You are near, LORD. All your commandments are truth.
152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।
Of old I have known from your testimonies, that you have founded them forever.
153 ରେଶ୍‍। ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
RESH Consider my affliction, and deliver me, for I don’t forget your Torah.
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
Plead my cause, and redeem me! Revive me according to your promise.
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
Salvation is far from the wicked, for they don’t seek your statutes.
156 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
Great are your tender mercies, LORD. Revive me according to your ordinances.
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
Many are my persecutors and my adversaries. I haven’t swerved from your testimonies.
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
I look at the faithless with loathing, because they don’t observe your word.
159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
Consider how I love your precepts. Revive me, LORD, according to your loving kindness.
160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ।
All of your words are truth. Every one of your righteous ordinances endures forever.
161 ଶିନ୍‍। ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
SIN AND SHIN Princes have persecuted me without a cause, but my heart stands in awe of your words.
162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
I rejoice at your word, as one who finds great plunder.
163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
I hate and abhor falsehood. I love your Torah.
164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
Seven times a day, I praise you, because of your righteous ordinances.
165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
Those who love your Torah have great peace. Nothing causes them to stumble.
166 ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
I have hoped for your salvation, LORD. I have done your commandments.
167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
My soul has observed your testimonies. I love them exceedingly.
168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
I have obeyed your precepts and your testimonies, for all my ways are before you.
169 ତୌ। ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
TAV Let my cry come before you, LORD. Give me understanding according to your word.
170 ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
Let my supplication come before you. Deliver me according to your word.
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
Let my lips utter praise, for you teach me your statutes.
172 ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
Let my tongue sing of your word, for all your commandments are righteousness.
173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
Let your hand be ready to help me, for I have chosen your precepts.
174 ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
I have longed for your salvation [yeshuat], LORD. Your Torah is my delight.
175 ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
Let my soul live, that I may praise you. Let your ordinances help me.
176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
I have gone astray like a lost sheep. Seek your servant, for I don’t forget your commandments.

< ଗୀତସଂହିତା 119 >