< ଗୀତସଂହିତା 119 >
1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Heri wale walio waadilifu katika njia zao, wanaoenenda katika sheria ya Bwana.
2 ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
Heri wale wanaozishika shuhuda zake, wamtafutao kwa moyo wao wote.
3 ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
Wasiofanya lolote lililo baya, wanaoenenda katika njia zake.
4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
Umetoa maagizo yako ili tuyatii kwa ukamilifu.
5 ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
Laiti mwenendo wangu ungekuwa imara katika kuyatii maagizo yako!
6 ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
Hivyo mimi sitaaibishwa ninapozingatia amri zako zote.
7 ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
Nitakusifu kwa moyo mnyofu ninapojifunza sheria zako za haki.
8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତାନ୍ତ ପରିତ୍ୟାଗ କର ନାହିଁ। ବୈତ୍।
Nitayatii maagizo yako; usiniache kabisa.
9 ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
Kijana aifanye njia yake kuwa safi jinsi gani? Ni kwa kutii, akilifuata neno lako.
10 ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
Ninakutafuta kwa moyo wangu wote, usiniache niende mbali na amri zako.
11 ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
Nimelificha neno lako moyoni mwangu ili nisikutende dhambi.
12 ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
Sifa ni zako, Ee Bwana, nifundishe maagizo yako.
13 ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
Kwa midomo yangu nitasimulia sheria zote zinazotoka katika kinywa chako.
14 ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
Ninafurahia kufuata sheria zako kama mtu afurahiaye mali nyingi.
15 ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
Ninatafakari maagizo yako na kuziangalia njia zako.
16 ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ। ଗିମେଲ୍।
Ninafurahia maagizo yako, wala sitalipuuza neno lako.
17 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି।
Mtendee mema mtumishi wako, nami nitaishi; nitalitii neno lako.
18 ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।
Yafungue macho yangu nipate kuona mambo ya ajabu katika sheria yako.
19 ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।
Mimi ni mgeni duniani, usinifiche amri zako.
20 ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।
Nafsi yangu inataabika kwa shauku kubwa juu ya sheria zako wakati wote.
21 ଯେଉଁ ଅଭିଶପ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।
Unawakemea wenye majivuno, waliolaaniwa waendao mbali na amri zako.
22 ମୋʼ ଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି।
Niondolee dharau na dhihaka, kwa kuwa ninazishika sheria zako.
23 ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।
Ingawa watawala huketi pamoja na kunisingizia, mtumishi wako atatafakari juu ya maagizo yako.
24 ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ। ଦାଲତ୍।
Sheria zako ni furaha yangu, nazo ni washauri wangu.
25 ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର।
Nimelazwa chini mavumbini, yahifadhi maisha yangu sawasawa na neno lako.
26 ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ।
Nilikueleza njia zangu ukanijibu, nifundishe sheria zako.
27 ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
Nijulishe mafundisho ya mausia yako, nami nitatafakari maajabu yako.
28 ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
Nafsi yangu imechakazwa kwa huzuni, uniimarishe sawasawa na neno lako.
29 ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
Niepushe na njia za udanganyifu, kwa neema unifundishe sheria zako.
30 ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
Nimechagua njia ya kweli, nimekaza moyo wangu katika sheria zako.
31 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
Nimengʼangʼania sheria zako, Ee Bwana, usiniache niaibishwe.
32 ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।
Nakimbilia katika njia ya maagizo yako, kwa kuwa umeuweka moyo wangu huru.
33 ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
Ee Bwana, nifundishe kuyafuata maagizo yako, nami nitayashika mpaka mwisho.
34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
Nipe ufahamu, nami nitaishika sheria yako na kuitii kwa moyo wangu wote.
35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
Niongoze kwenye njia ya amri zako, kwa kuwa huko napata furaha.
36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
Ugeuze moyo wangu kuelekea sheria zako, na siyo kwenye mambo ya ubinafsi.
37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
Geuza macho yangu kutoka kwenye mambo yasiyofaa, uyahifadhi maisha yangu sawasawa na neno lako.
38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
Mtimizie mtumishi wako ahadi yako, ili upate kuogopwa.
39 ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।
Niondolee aibu ninayoiogopa, kwa kuwa sheria zako ni njema.
40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।
Tazama jinsi ninavyoonea shauku mausia yako! Hifadhi maisha yangu katika haki yako.
41 ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
Ee Bwana, upendo wako usiokoma unijie, wokovu wako sawasawa na ahadi yako,
42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
ndipo nitakapomjibu anayenidhihaki, kwa kuwa ninalitumainia neno lako.
43 ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
Usilinyakue neno la kweli kutoka kinywani mwangu, kwa kuwa nimeweka tumaini langu katika amri zako.
44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
Nitaitii amri yako daima, naam, milele na milele.
45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
Nitatembea nikiwa huru, kwa kuwa nimejifunza mausia yako.
46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
Nitasema sheria zako mbele za wafalme wala sitaaibishwa,
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
kwa kuwa ninazifurahia amri zako kwa sababu ninazipenda.
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍।
Ninaziinulia amri zako ambazo ninazipenda mikono yangu, nami ninatafakari juu ya maagizo yako.
49 ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
Kumbuka neno lako kwa mtumishi wako, kwa sababu umenipa tumaini.
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
Faraja yangu katika mateso yangu ni hii: Ahadi yako inahifadhi maisha yangu.
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
Wenye majivuno wamenisimanga bila kuchoka, hata hivyo sitaiacha sheria yako.
52 ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
Ee Bwana, ninazikumbuka sheria zako za zamani, nazo zinanifariji.
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
Nimeshikwa sana na ghadhabu kwa ajili ya waovu, ambao wameacha sheria yako.
54 ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
Maagizo yako ni kiini cha nyimbo zangu popote ninapoishi.
55 ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
Ee Bwana, wakati wa usiku ninalikumbuka jina lako, nami nitatii sheria yako.
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି। ହେତ୍।
Hili limekuwa zoezi langu: nami ninayatii mausia yako.
57 ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
Ee Bwana, wewe ni fungu langu, nimeahidi kuyatii maneno yako.
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।
Nimetafuta uso wako kwa moyo wangu wote, nihurumie sawasawa na ahadi yako.
59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
Nimezifikiri njia zangu na nimeelekeza hatua zangu katika mausia yako.
60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
Nitafanya haraka bila kuchelewa kuzitii amri zako.
61 ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
Hata waovu wanifunge kwa kamba, sitasahau sheria yako.
62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
Usiku wa manane ninaamka kukushukuru kwa sababu ya sheria zako za haki.
63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
Mimi ni rafiki kwa wale wote wakuchao, kwa wote wanaofuata mausia yako.
64 ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍।
Ee Bwana, dunia imejaa upendo wako, nifundishe maagizo yako.
65 ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
Mtendee wema mtumishi wako Ee Bwana, sawasawa na neno lako.
66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
Nifundishe maarifa na uamuzi mzuri, kwa kuwa ninaamini amri zako.
67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
Kabla sijapata shida nilipotea njia, lakini sasa ninalitii neno lako.
68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
Wewe ni mwema, unalotenda ni jema, nifundishe maagizo yako.
69 ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
Ingawa wenye majivuno wamenisingizia uongo, nitafuata mausia yako kwa moyo wangu wote.
70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
Mioyo yao ni katili na migumu, bali mimi napendezwa na sheria yako.
71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
Ilikuwa vyema mimi kupata shida ili nipate kujifunza maagizo yako.
72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। ଇୟୂଦ୍।
Sheria inayotoka kinywani mwako ina thamani kubwa kwangu kuliko maelfu ya vipande vya fedha na dhahabu.
73 ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
Mikono yako ilinifanya na kuniumba, nipe ufahamu niweze kujifunza amri zako.
74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
Wakuchao wafurahie wanaponiona, kwa kuwa nimeweka tumaini langu katika neno lako.
75 ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Ee Bwana, ninajua kwamba sheria zako ni za haki, katika uaminifu wako umeniadhibu.
76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
Upendo wako usiokoma uwe faraja yangu, sawasawa na ahadi yako kwa mtumishi wako.
77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
Huruma yako na inijie ili nipate kuishi, kwa kuwa naifurahia sheria yako.
78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
Wenye majivuno na waaibishwe kwa kunikosea mimi bila sababu, lakini mimi nitatafakari juu ya mausia yako.
79 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
Wale wakuchao na wanigeukie mimi, hao ambao wanazielewa sheria zako.
80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ। କଫ୍।
Moyo wangu usiwe na lawama katika kutii maagizo yako, ili nisiaibishwe.
81 ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
Nafsi yangu inazimia kwa kutamani wokovu wako, lakini nimeweka tumaini langu katika neno lako.
82 ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
Macho yangu yamefifia, nikingoja ahadi yako; ninasema, “Utanifajiri lini?”
83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
Ingawa nimekuwa kama kiriba kwenye moshi, bado sijasahau maagizo yako.
84 ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
Mtumishi wako itampasa angoje mpaka lini? Ni lini utawaadhibu washtaki wangu?
85 ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।
Wenye majivuno wananichimbia mashimo, kinyume na sheria yako.
86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
Amri zako zote ni za kuaminika; unisaidie, kwa sababu watu wananishtaki bila sababu.
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
Walikaribia kabisa kunifuta kutoka uso wa dunia, lakini sijaacha mausia yako.
88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି। ଲାମଦ୍।
Yahifadhi maisha yangu sawasawa na upendo wako, nami nitatii sheria za kinywa chako.
89 ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
Ee Bwana, neno lako ni la milele, linasimama imara mbinguni.
90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
Uaminifu wako unaendelea kwa vizazi vyote, umeiumba dunia, nayo inadumu.
91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
Sheria zako zinadumu hadi leo, kwa kuwa vitu vyote vinakutumikia.
92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି।
Kama nisingefurahia sheria yako, ningeangamia katika taabu zangu.
93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
Sitasahau mausia yako kamwe, kwa maana kwayo umehifadhi maisha yangu.
94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।
Uniokoe, kwa maana mimi ni wako, kwa kuwa nimetafuta mausia yako.
95 ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି।
Waovu wanangojea kuniangamiza, bali mimi ninatafakari sheria zako.
96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ। ମେମ୍।
Katika ukamilifu wote ninaona mna kikomo, lakini amri zako hazina mpaka.
97 ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
Aha! Tazama, sheria yako naipenda mno ajabu. Ninaitafakari mchana kutwa.
98 ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
Amri zako zimenipa hekima zaidi kuliko adui zangu, kwa kuwa nimezishika daima.
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
Nina akili zaidi kuliko walimu wangu wote, kwa kuwa ninatafakari juu ya sheria zako.
100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
Nina ufahamu zaidi kuliko wazee, kwa kuwa ninayatii mausia yako.
101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
Nimezuia miguu yangu isiende kwenye kila njia mbaya, ili niweze kutii neno lako.
102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
Sijaziacha sheria zako, kwa kuwa umenifundisha wewe mwenyewe.
103 ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
Tazama jinsi maneno yako yalivyo matamu kwangu, matamu kuliko asali katika kinywa changu!
104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ନୂନ୍।
Ninapata ufahamu kutoka mausia yako, kwa hiyo ninachukia kila njia ya upotovu.
105 ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ।
Neno lako ni taa ya miguu yangu na mwanga katika njia yangu.
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
Nimeapa na nimethibitisha, kwamba nitafuata sheria zako za haki.
107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
Nimeteseka sana, uhifadhi maisha yangu, Ee Bwana, sawasawa na neno lako.
108 ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
Ee Bwana, pokea sifa za hiari za kinywa changu, nifundishe sheria zako.
109 ମୋʼ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
Ingawa maisha yangu yako hatarini siku zote, sitasahau sheria yako.
110 ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
Waovu wamenitegea mtego, lakini sijayakiuka maagizo yako.
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
Sheria zako ni urithi wangu milele, naam ni furaha ya moyo wangu.
112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି। ସାମକ୍।
Nimekusudia moyoni mwangu kuyafuata maagizo yako mpaka mwisho.
113 ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
Ninachukia watu wa nia mbili, lakini ninapenda sheria yako.
114 ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
Wewe ni kimbilio langu na ngao yangu, nimeweka tumaini langu katika neno lako.
115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ।
Ondokeni kwangu, ninyi mtendao mabaya, ili niweze kushika amri za Mungu wangu!
116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
Nihifadhi sawasawa na ahadi yako, nami nitaishi; usiache matumaini yangu yakavunjwa.
117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
Nitegemeze, nami nitaokolewa, nami daima nitayaheshimu maagizo yako.
118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
Unawakataa wote wanaoyaasi maagizo yako, kwa maana udanganyifu wao ni bure.
119 ତୁମ୍ଭେ ପୃଥିବୀସ୍ଥ ସମସ୍ତ ଦୁଷ୍ଟଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
Waovu wa nchi unawatupa kama takataka, kwa hivyo nazipenda sheria zako.
120 ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ। ଅଇନ୍।
Mwili wangu unatetemeka kwa kukuogopa wewe, ninaziogopa sheria zako.
121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
Nimetenda yaliyo haki na sawa, usiniache mikononi mwa watesi wangu.
122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
Mhakikishie mtumishi wako usalama, usiache wenye kiburi wanionee.
123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
Macho yangu yamefifia, yakitazamia wokovu wako, na kuitazamia ahadi yako ya kweli.
124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
Mfanyie mtumishi wako kulingana na upendo wako na unifundishe maagizo yako.
125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
Mimi ni mtumishi wako; nipe ufahamu ili niweze kuelewa sheria zako.
126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
Ee Bwana, wakati wako wa kutenda umewadia, kwa kuwa sheria yako inavunjwa.
127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
Kwa sababu nazipenda amri zako zaidi ya dhahabu, naam, zaidi ya dhahabu safi,
128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।
na kwa sababu naona maagizo yako yote ni adili, nachukia kila njia potovu.
129 ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ।
Sheria zako ni za ajabu, hivyo ninazitii.
130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
Kuingia kwa maneno yako kunaleta nuru, kunampa mjinga ufahamu.
131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି।
Nimefungua kinywa changu na kuhema, nikitamani amri zako.
132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।
Nigeukie na unihurumie, kama uwafanyiavyo siku zote wale wanaolipenda jina lako.
133 ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
Ongoza hatua zangu kulingana na neno lako, usiache dhambi yoyote initawale.
134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
Niokoe na uonevu wa wanadamu, ili niweze kutii mausia yako.
135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
Mwangazie mtumishi wako uso wako na unifundishe amri zako.
136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।
Chemchemi za machozi zinatiririka kutoka machoni yangu, kwa kuwa sheria yako haifuatwi.
137 ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
Ee Bwana, wewe ni mwenye haki, sheria zako ni sahihi.
138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
Sheria ulizoziweka ni za haki, ni za kuaminika kikamilifu.
139 ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।
Jitihada yangu imenidhoofisha, kwa kuwa adui zangu wanayapuuza maneno yako.
140 ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
Ahadi zako zimejaribiwa kikamilifu, mtumishi wako anazipenda.
141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
Ingawa ni mdogo na ninadharauliwa, sisahau mausia yako.
142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
Haki yako ni ya milele, na sheria yako ni kweli.
143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
Shida na dhiki zimenipata, lakini amri zako ni furaha yangu.
144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି। କଫ।
Sheria zako ni sahihi milele, hunipa ufahamu ili nipate kuishi.
145 ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
Ee Bwana, ninakuita kwa moyo wangu wote, nami nitayatii maagizo yako.
146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।
Ninakuita; niokoe nami nitazishika sheria zako.
147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
Ninaamka asubuhi na mapema na kukuomba msaada; nimeweka tumaini langu katika neno lako.
148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
Sikufumba macho yangu usiku kucha, ili niweze kutafakari juu ya ahadi zako.
149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର।
Usikie sauti yangu sawasawa na upendo wako, Ee Bwana, uyahifadhi maisha yangu, sawasawa na sheria zako.
150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
Wale wanaopanga mipango miovu wako karibu nami, lakini wako mbali na sheria yako.
151 ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
Ee Bwana, hata hivyo wewe u karibu, na amri zako zote ni za kweli.
152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ। ରେଶ୍।
Tangu zamani nimejifunza kutoka shuhuda zako kwamba umezithibitisha ili zidumu milele.
153 ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
Yaangalie mateso yangu, uniokoe, kwa kuwa sijasahau sheria yako.
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
Nitetee katika hali hii yangu na unikomboe, uyahifadhi maisha yangu sawasawa na ahadi yako.
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
Wokovu uko mbali na waovu, kwa kuwa hawatafuti maagizo yako.
156 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
Ee Bwana, huruma zako ni kuu, uyahifadhi maisha yangu sawasawa na sheria zako.
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
Adui wanaonitesa ni wengi, lakini mimi sitaziacha sheria zako.
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
Ninawatazama wasioamini kwa chuki, kwa kuwa hawalitii neno lako.
159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
Tazama jinsi ninavyopenda mausia yako; Ee Bwana, uyahifadhi maisha yangu, sawasawa na upendo wako.
160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ। ଶିନ୍।
Maneno yako yote ni kweli, sheria zako zote za haki ni za milele.
161 ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
Watawala wamenitesa bila sababu, lakini moyo wangu unatetemeka kwa neno lako.
162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
Nafurahia ahadi zako kama mtu aliyepata mateka mengi.
163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
Ninachukia na kuchukizwa sana na uongo, lakini napenda sheria yako.
164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
Ninakusifu mara saba kwa siku, kwa ajili ya sheria zako za haki.
165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
Wanaopenda sheria yako wana amani tele, wala hakuna kitu kinachoweza kuwakwaza.
166 ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
Ee Bwana, ninangojea wokovu wako, nami ninafuata amri zako,
167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
Ninazitii sheria zako, kwa sababu ninazipenda mno.
168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି। ତୌ।
Nimetii mausia yako na sheria zako, kwa kuwa njia zangu zote zinajulikana kwako.
169 ହେ ସଦାପ୍ରଭୋ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
Ee Bwana, kilio changu na kifike mbele zako, nipe ufahamu sawasawa na neno lako.
170 ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
Maombi yangu na yafike mbele zako, niokoe sawasawa na ahadi yako.
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
Midomo yangu na ibubujike sifa, kwa kuwa unanifundisha maagizo yako.
172 ମୋʼ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
Ulimi wangu na uimbe kuhusu neno lako, kwa kuwa amri zako zote ni za haki.
173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
Mkono wako uwe tayari kunisaidia, kwa kuwa nimechagua mausia yako.
174 ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
Ee Bwana, ninatamani wokovu wako, na sheria yako ni furaha yangu.
175 ମୋତେ ଜୀବିତ ରଖ, ତହିଁରେ ମୁଁ ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ।
Nijalie kuishi ili nipate kukusifu, na sheria zako zinitegemeze.
176 ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ।
Nimetangatanga kama kondoo aliyepotea. Mtafute mtumishi wako, kwa kuwa sijasahau amri zako.