< ଗୀତସଂହିତା 120 >

1 ଆରୋହଣ ଗୀତ। ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।
Ég ákalla Guð í neyð minni og hann hjálpar mér.
2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
Drottinn, frelsaðu mig frá svikum og prettum.
3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
Þú lygatunga, hver verða örlög þín?
4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।
Oddhvassar örvar munu stinga þig og glóandi kol brenna þig!
5 ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।
Hvílík mæða að búa með óguðlegum!
6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି।
Ég er þreyttur á þeim sem hata friðinn.
7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।
Ég þrái frið, en þeir elska stríð og láta ráð mín sem vind um eyrun þjóta.

< ଗୀତସଂହିତା 120 >