< ଗୀତସଂହିତା 120 >
1 ଆରୋହଣ ଗୀତ। ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।
Wimbo wa kwenda juu. Katika dhiki yangu namwita Bwana, naye hunijibu.
2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
Ee Bwana, uniokoe kutoka midomo ya uongo na ndimi za udanganyifu.
3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
Atakufanyia nini, au akufanyie nini zaidi, ewe ulimi mdanganyifu?
4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।
Atakuadhibu kwa mishale mikali ya shujaa, kwa makaa yanayowaka ya mti wa mretemu.
5 ହାୟ, ହାୟ, ମୁଁ ମେଶକ୍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।
Ole wangu kwa kuwa naishi Mesheki, kwamba naishi katikati ya hema za Kedari!
6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି।
Nimeishi muda mrefu mno miongoni mwa wale wanaochukia amani.
7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।
Mimi ni mtu wa amani; lakini ninaposema, wao wanataka vita.