< ଗୀତସଂହିତା 121 >

1 ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
I will lift up mine eyes unto the hills, from whence comes my help.
2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
My help comes from the LORD, which made heaven and earth.
3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
He will not suffer your foot to be moved: he that keeps you will not slumber.
4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।
Behold, he that keeps Israel shall neither slumber nor sleep.
5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
The LORD is your keeper: the LORD is your shade upon your right hand.
6 ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।
The sun shall not strike you by day, nor the moon by night.
7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
The LORD shall preserve you from all evil: he shall preserve your soul.
8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।
The LORD shall preserve your going out and your coming in from this time forth, and even for evermore.

< ଗୀତସଂହିତା 121 >