< ଗୀତସଂହିତା 122 >

1 ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
大衛上行之詩。 人對我說:我們往耶和華的殿去, 我就歡喜。
2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
耶路撒冷啊, 我們的腳站在你的門內。
3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
耶路撒冷被建造, 如同連絡整齊的一座城。
4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
眾支派,就是耶和華的支派,上那裏去, 按以色列的常例稱讚耶和華的名。
5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।
因為在那裏設立審判的寶座, 就是大衛家的寶座。
6 ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
你們要為耶路撒冷求平安! 耶路撒冷啊,愛你的人必然興旺!
7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
願你城中平安! 願你宮內興旺!
8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।
因我弟兄和同伴的緣故,我要說: 願平安在你中間!
9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।
因耶和華-我們上帝殿的緣故, 我要為你求福!

< ଗୀତସଂହିତା 122 >