< ଗୀତସଂହିତା 122 >

1 ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
Waƙar haurawa. Ta Dawuda. Na yi farin ciki tare da waɗanda suka ce da ni, “Bari mu tafi gidan Ubangiji.”
2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
Ƙafafunmu suna tsaye a ƙofofinki, ya Urushalima.
3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
An gina Urushalima kamar birnin da aka yi a harhaɗe wuri guda.
4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
A can ne kabilu suke haurawa, kabilan Ubangiji, don su yabi sunan Ubangiji bisa ga farillan da aka ba wa Isra’ila.
5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।
A can kursiyoyin shari’a yake tsaye, kursiyoyin gidan Dawuda.
6 ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
Ku yi addu’a don salamar Urushalima, “Bari waɗanda suke ƙaunarki su zauna lafiya.
7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
Bari salama ta kasance a katangarki zaman lafiya kuma a fadodinki.”
8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।
Saboda’yan’uwana da kuma abokaina, zan ce, “Salama tă kasance tare da ke.”
9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।
Saboda gidan Ubangiji Allahnmu, zan nemi wadatarki.

< ଗୀତସଂହିତା 122 >