< ଗୀତସଂହିତା 123 >
1 ଆରୋହଣ ଗୀତ। ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।
Waƙar haurawa. Na tā da idanuna gare ka, gare ka da kursiyinka yake cikin sama.
2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
Kamar yadda idanun bayi suna duban hannun maigidansu, kamar yadda idanun baiwa suna duban hannun uwargijiyarta, haka idanunmu suna duban Ubangiji Allahnmu, sai ya nuna mana jinƙansa.
3 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
Ka yi mana jinƙai, ya Ubangiji, ka yi mana jinƙai, gama mun jimre da reni mai yawa.
4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
Mun jimre da wulaƙanci daga masu girman kai, reni mai yawa daga masu fariya.