< ଗୀତସଂହିତା 123 >

1 ଆରୋହଣ ଗୀତ। ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।
तू जो आसमान पर तख़्तनशीन है, मैं अपनी आँखें तेरी तरफ़ उठाता हूँ!
2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
देख, जिस तरह गुलामों की आँखेंअपने आका के हाथ की तरफ़, और लौंडी की आँखें अपनी बीबी के हाथ की तरफ़ लगी रहती है उसी तरह हमारी आँखे ख़ुदावन्द अपने ख़ुदा की तरफ़ लगी है जब तक वह हम पर रहम न करे।
3 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
हम पर रहम कर! ऐ ख़ुदावन्द, हम पर रहम कर, क्यूँकि हम ज़िल्लत उठाते उठाते तंग आ गए।
4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
आसूदा हालों के तमसख़ुर, और माग़रूरों की हिक़ारत से, हमारी जान सेर हो गई।

< ଗୀତସଂହିତା 123 >