< ଗୀତସଂହିତା 125 >

1 ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
שיר המעלות הבטחים ביהוה-- כהר-ציון לא-ימוט לעולם ישב
2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
ירושלם-- הרים סביב לה ויהוה סביב לעמו-- מעתה ועד-עולם
3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
כי לא ינוח שבט הרשע-- על גורל הצדיקים למען לא-ישלחו הצדיקים בעולתה ידיהם
4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
היטיבה יהוה לטובים ולישרים בלבותם
5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
והמטים עקלקלותם-- יוליכם יהוה את-פעלי האון שלום על-ישראל

< ଗୀତସଂହିତା 125 >