< ଗୀତସଂହିତା 126 >
1 ଆରୋହଣ ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
Hodočasnička pjesma. Kad Jahve vraćaše sužnjeve sionske, bilo nam je k'o da snivamo.
2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
Usta nam bjehu puna smijeha, a jezik klicanja. Među poganima tad se govorilo: “Velika im djela Jahve učini!”
3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
Velika nam djela učini Jahve: opet smo radosni!
4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
Vrati, o Jahve, sužnjeve naše k'o potoke negepske!
5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
Oni koji siju u suzama, žanju u pjesmi.
6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।
Išli su plačući noseći sjeme sjetveno: vraćat će se s pjesmom, noseći snoplje svoje.