< ଗୀତସଂହିତା 127 >

1 ଆରୋହଣ ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
Nyimbo yoyimba pokwera ku Yerusalemu. Salimo la Solomoni. Yehova akapanda kumanga nyumba, omanga nyumbayo agwira ntchito pachabe. Yehova akapanda kulondera mzinda, mlonda akanangolondera pachabe.
2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
Mumangodzivuta nʼkulawirira mmamawa ndi kusagona msanga madzulo, kuvutikira chakudya choti mudye, pakuti Iye amapereka tulo kwa amene amawakonda.
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
Ana ndiye cholowa chochokera kwa Yehova, ana ndi mphotho yochokera kwa Iye.
4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
Ana a pa unyamata ali ngati mivi mʼmanja mwa munthu wankhondo.
5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
Wodala munthu amene motengera mivi mwake mwadzaza. Iwo sadzachititsidwa manyazi pamene alimbana ndi adani awo pa zipata.

< ଗୀତସଂହିତା 127 >