< ଗୀତସଂହିତା 127 >

1 ଆରୋହଣ ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
若不是上主興工建屋,建築的人是徒然勞苦;若不是上主護守城堡,守城的人白白驚醒護守。
2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
您們很早起床盡屬徒然,每夜坐到深更圖謀打算,為了求食經過多少辛酸;唯獨天主賜所愛者安眠。
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
的確子女全是上主的賜予,胎兒也全是他的報酬。
4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
年青少壯所生的子嗣,有如勇士手中的箭矢。
5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
裝滿自己箭囊的人,真有福氣,城門前爭辯,不受羞恥。

< ଗୀତସଂହିତା 127 >