< ଗୀତସଂହିତା 128 >

1 ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
שיר המעלות אשרי כל-ירא יהוה-- ההלך בדרכיו
2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
יגיע כפיך כי תאכל אשריך וטוב לך
3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
אשתך כגפן פריה-- בירכתי ביתך בניך כשתלי זיתים-- סביב לשלחנך
4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
הנה כי-כן יברך גבר-- ירא יהוה
5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
יברכך יהוה מציון וראה בטוב ירושלם--כל ימי חייך
6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
וראה-בנים לבניך שלום על-ישראל

< ଗୀତସଂହିତା 128 >