< ଗୀତସଂହିତା 129 >

1 ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା ଆରୋହଣ ଗୀତ। “ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;
Waƙar haurawa. Sun yi mini danniya ƙwarai tun ina ƙarami, bari Isra’ila yă ce,
2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
sun yi mini danniya ƙwarai tun ina ƙarami, amma ba su yi nasara a kaina ba.
3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”
Manoma sun nome bayana suka yi kunyoyinsu da tsayi.
4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।
Amma Ubangiji mai adalci ne; ya’yantar da ni daga igiyoyin mugaye.
5 ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
Bari dukan waɗanda suke ƙin Sihiyona a juye da su baya da kunya.
6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
Bari su zama kamar ciyawa a kan rufi, wadda takan bushe kafin tă yi girma;
7 ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
da ita mai girbi ba ya iya cika hannuwansa, balle wanda yake tarawa yă cika hannuwansa.
8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
Kada masu wuce su ce, “Albarkar Ubangiji ta kasance a kanku; muna sa muku albarka a cikin sunan Ubangiji.”

< ଗୀତସଂହିତା 129 >