< ଗୀତସଂହିତା 129 >
1 ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା ଆରୋହଣ ଗୀତ। “ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;
Pesem preizvrstna. Mnogo so me stiskali od mladosti moje, govori naj sedaj Izrael.
2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।
Mnogo so me stiskali od mladosti moje; vendar me niso zmogli.
3 କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”
Po hrbtu so mi orali orači, potegnili so vsako črto svojo.
4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।
Gospod pravični presekal je debele vrvi krivičnih.
5 ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
Osramotili se bodo in nazaj pognali vsi sovražniki Sijonovi.
6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
Bodo kakor seno na strehah, katero usahne, predno se izdere,
7 ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
S katerim ne napolni roke svoje žanjec, ali naročja svojega, kdor veže snope.
8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
In ne porekó mimo gredoči: Blagoslov Gospodov bodi z vami; blagoslavljamo vas v imenu Gospodovem.