< ଗୀତସଂହିତା 13 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?
לַמְנַצֵּ֗חַ מִזְמֹ֥ור לְדָוִֽד׃
2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
עַד־אָ֣נָה יְ֭הוָה תִּשְׁכָּחֵ֣נִי נֶ֑צַח עַד־אָ֓נָה ׀ תַּסְתִּ֖יר אֶת־פָּנֶ֣יךָ מִמֶּֽנִּי׃
3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
עַד־אָ֨נָה אָשִׁ֪ית עֵצֹ֡ות בְּנַפְשִׁ֗י יָגֹ֣ון בִּלְבָבִ֣י יֹומָ֑ם עַד־אָ֓נָה ׀ יָר֖וּם אֹיְבִ֣י עָלָֽי׃
4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
הַבִּ֣יטָֽה עֲ֭נֵנִי יְהוָ֣ה אֱלֹהָ֑י הָאִ֥ירָה עֵ֝ינַ֗י פֶּן־אִישַׁ֥ן הַמָּֽוֶת׃
5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
פֶּן־יֹאמַ֣ר אֹיְבִ֣י יְכָלְתִּ֑יו צָרַ֥י יָ֝גִ֗ילוּ כִּ֣י אֶמֹּֽוט׃
6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
וַאֲנִ֤י ׀ בְּחַסְדְּךָ֣ בָטַחְתִּי֮ יָ֤גֵ֥ל לִבִּ֗י בִּֽישׁוּעָ֫תֶ֥ךָ אָשִׁ֥ירָה לַיהוָ֑ה כִּ֖י גָמַ֣ל עָלָֽי׃

< ଗୀତସଂହିତା 13 >