< ଗୀତସଂହିତା 130 >

1 ଆରୋହଣ ଗୀତ। ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
שיר המעלות ממעמקים קראתיך יהוה׃
2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
אדני שמעה בקולי תהיינה אזניך קשבות לקול תחנוני׃
3 ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
אם עונות תשמר יה אדני מי יעמד׃
4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
כי עמך הסליחה למען תורא׃
5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
קויתי יהוה קותה נפשי ולדברו הוחלתי׃
6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
נפשי לאדני משמרים לבקר שמרים לבקר׃
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
יחל ישראל אל יהוה כי עם יהוה החסד והרבה עמו פדות׃
8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।
והוא יפדה את ישראל מכל עונתיו׃

< ଗୀତସଂହିତା 130 >